ହତ୍ୟାକାରୀଙ୍କ ଘର ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ: ମୃତଦେହ ରଖି ରାସ୍ତା ଅବରୋଧ, ପୋଲିସ ମୁତୟନ

ଘସିପୁରା/ରାମଚନ୍ଦ୍ରପୁର,୧୫।୧୦(ନିରଞ୍ଜନ ସାହୁ/ଗଣେଶ୍ୱର ସା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ପଣ୍ଡୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଛି। ମୃତକ ହେଲେ ପଣ୍ଡୁଆ ଗ୍ରାମର ରେହମତ୍‌ ଖାଁ (୨୫)। ଘଟଣା ପରେ ହତ୍ୟାକରିଥିବା ଅଭିଯୁକ୍ତ ଉକ୍ତ ଗ୍ରାମର ମୁନା ଜେନା ଫେରାର ହୋଇଯାଇଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କ ଘରେ ନିଆଁ ଲଗାଇଦେଇଛନ୍ତି। ଏଥିସହ ମୃତଦେହ ରାସ୍ତାଉପରେ ରଖି ଟାୟାର ଜାଳି ଅବରୋଧ କରିଛନ୍ତି। ଆନନ୍ଦପୁର ଏସ୍‌ଡିପିଓ ପ୍ରଶାନ୍ତ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ସୁଦ୍ଧା ଖବର ଲେଖା ହେବା ପର୍ଯ୍ୟନ୍ତ ଲୋକମାନେ ଅଭିଯୁକ୍ତଙ୍କ ଗିରଫ ଦାବିରେ ଅଡ଼ିବସି ରାସ୍ତା ଅବରୋଧ ଜାରି ରଖିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୭ଟାରେ ରେହମତ୍‌ ପଣ୍ଡୁଆ ଛକରେ ଥିବା ଦୋକାନକୁ ପାନ ପାଇଁ ଆସିଥିଲେ। ପାନ ଭାଙ୍ଗି ସାରି ନିଜ ଗାଡ଼ି ଉପରେ ରେହମତ୍‌ ବାଇକ୍‌ ଉପରେ ବସିଥିଲେ। ଏହି ସମୟରେ ପୂର୍ବ ଶତ୍ରୁତାକୁ ନେଇ ଅଭିଯୁକ୍ତ ମୁନାଙ୍କ ସହ ରେହମତ୍‌ଙ୍କ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ମୁନା ଏକ ଠେଙ୍ଗାରେ ରେହମତ୍‌ଙ୍କ ମୁଣ୍ଡକୁ ବାରମ୍ବାର ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ରେହମତ୍‌ଙ୍କ ମୃତ୍ୟୁ ହୋଇଯାଇଥିଲା। ଏହା ଜଣାପଡ଼ିବା ପରେ ରେହମତ୍‌ଙ୍କ ସମ୍ପର୍କୀୟ ଏବଂ ସ୍ଥାନୀୟ ଅଞ୍ଚଳର ଲୋକମାନେ ଘଟଣାସ୍ଥଳରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଟାୟାର ଜାଳି ରାସ୍ତାରୋକୋ କରିଥିଲେ। ଘଟଣା ପରେ ଅଭିଯୁକ୍ତ ମୁନା ଏବଂ ତାଙ୍କ ପରିବାର ସଦସ୍ୟମାନେ ଫେରାର ହୋଇଯାଇଥିବାରୁ ଲୋକେ ରାଗିଯାଇ ତାଙ୍କ ଘର ମଧ୍ୟ ଜାଳିଦେଇଥିଲେ।

ଖବରପାଇ ଘଟଣା ସ୍ଥଳରେ ରାମଚନ୍ଦ୍ରପୁର ଥାନା ଅଧିକାରୀ ବିଜୟ କୁମାର ସିଂ, ଆନନ୍ଦପୁର ଥାନା ଅଧିକାରୀ ଲକ୍ଷ୍ମୀକାନ୍ତ ପ୍ରଧାନ, ଦୈତାରୀ ଥାନା ଅଧିକାରୀ ଏଚ୍‌କେ ବେହେରା, ଘସିପୁରା ଥାନା ଅଧିକାରୀ ସୁନୀଲ କୁମାର କର ପହଞ୍ଚତ୍ ବୁଝାଶୁଝା କରିଥିଲେ। ମାତ୍ର ପରିସ୍ଥିତିରେ କୌଣସି ସୁଧାର ଆସି ନ ଥିଲା। ଏପରିକି ଆନନ୍ଦପୁର ଏସଡିପିଓ ବେହେରା ଘଟଣା ସ୍ଥଳରେ ପହଞ୍ଚି ବୁଝାଶୁଝା କରିଥିଲେ ମଧ୍ୟ ପରିସ୍ଥିତି ଅଣାୟତ୍ତ ରହିଛି। ରାସ୍ତରୋକୋ ଯୋଗୁ ବସ୍‌ ଚଳାଚଳ ଠପ୍‌ ସହ ଅନ୍ୟ କୌଣସି ଗାଡ଼ି ଗ୍ରାମବାସୀ ଛାଡ଼ୁ ନ ଥିବା ଜଣାପଡ଼ିଛି। କୌଣସି ଅପ୍ରୀତିକର ପରିସ୍ଥିତିକୁ ଆଖି ଆଗରେ ରଖି ଘଟଣାସ୍ଥଳରେ ଘସିପୁରା ଅଗ୍ନିଶମ ବାହିନୀ ଓ ଆମ୍ବୁଲାନ୍ସ ଗାଡ଼ି ଓ କର୍ମୀ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri