ହତ୍ୟାକାରୀଙ୍କ ଘର ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ: ମୃତଦେହ ରଖି ରାସ୍ତା ଅବରୋଧ, ପୋଲିସ ମୁତୟନ

ଘସିପୁରା/ରାମଚନ୍ଦ୍ରପୁର,୧୫।୧୦(ନିରଞ୍ଜନ ସାହୁ/ଗଣେଶ୍ୱର ସା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ପଣ୍ଡୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଛି। ମୃତକ ହେଲେ ପଣ୍ଡୁଆ ଗ୍ରାମର ରେହମତ୍‌ ଖାଁ (୨୫)। ଘଟଣା ପରେ ହତ୍ୟାକରିଥିବା ଅଭିଯୁକ୍ତ ଉକ୍ତ ଗ୍ରାମର ମୁନା ଜେନା ଫେରାର ହୋଇଯାଇଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କ ଘରେ ନିଆଁ ଲଗାଇଦେଇଛନ୍ତି। ଏଥିସହ ମୃତଦେହ ରାସ୍ତାଉପରେ ରଖି ଟାୟାର ଜାଳି ଅବରୋଧ କରିଛନ୍ତି। ଆନନ୍ଦପୁର ଏସ୍‌ଡିପିଓ ପ୍ରଶାନ୍ତ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ସୁଦ୍ଧା ଖବର ଲେଖା ହେବା ପର୍ଯ୍ୟନ୍ତ ଲୋକମାନେ ଅଭିଯୁକ୍ତଙ୍କ ଗିରଫ ଦାବିରେ ଅଡ଼ିବସି ରାସ୍ତା ଅବରୋଧ ଜାରି ରଖିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୭ଟାରେ ରେହମତ୍‌ ପଣ୍ଡୁଆ ଛକରେ ଥିବା ଦୋକାନକୁ ପାନ ପାଇଁ ଆସିଥିଲେ। ପାନ ଭାଙ୍ଗି ସାରି ନିଜ ଗାଡ଼ି ଉପରେ ରେହମତ୍‌ ବାଇକ୍‌ ଉପରେ ବସିଥିଲେ। ଏହି ସମୟରେ ପୂର୍ବ ଶତ୍ରୁତାକୁ ନେଇ ଅଭିଯୁକ୍ତ ମୁନାଙ୍କ ସହ ରେହମତ୍‌ଙ୍କ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ମୁନା ଏକ ଠେଙ୍ଗାରେ ରେହମତ୍‌ଙ୍କ ମୁଣ୍ଡକୁ ବାରମ୍ବାର ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ରେହମତ୍‌ଙ୍କ ମୃତ୍ୟୁ ହୋଇଯାଇଥିଲା। ଏହା ଜଣାପଡ଼ିବା ପରେ ରେହମତ୍‌ଙ୍କ ସମ୍ପର୍କୀୟ ଏବଂ ସ୍ଥାନୀୟ ଅଞ୍ଚଳର ଲୋକମାନେ ଘଟଣାସ୍ଥଳରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଟାୟାର ଜାଳି ରାସ୍ତାରୋକୋ କରିଥିଲେ। ଘଟଣା ପରେ ଅଭିଯୁକ୍ତ ମୁନା ଏବଂ ତାଙ୍କ ପରିବାର ସଦସ୍ୟମାନେ ଫେରାର ହୋଇଯାଇଥିବାରୁ ଲୋକେ ରାଗିଯାଇ ତାଙ୍କ ଘର ମଧ୍ୟ ଜାଳିଦେଇଥିଲେ।

ଖବରପାଇ ଘଟଣା ସ୍ଥଳରେ ରାମଚନ୍ଦ୍ରପୁର ଥାନା ଅଧିକାରୀ ବିଜୟ କୁମାର ସିଂ, ଆନନ୍ଦପୁର ଥାନା ଅଧିକାରୀ ଲକ୍ଷ୍ମୀକାନ୍ତ ପ୍ରଧାନ, ଦୈତାରୀ ଥାନା ଅଧିକାରୀ ଏଚ୍‌କେ ବେହେରା, ଘସିପୁରା ଥାନା ଅଧିକାରୀ ସୁନୀଲ କୁମାର କର ପହଞ୍ଚତ୍ ବୁଝାଶୁଝା କରିଥିଲେ। ମାତ୍ର ପରିସ୍ଥିତିରେ କୌଣସି ସୁଧାର ଆସି ନ ଥିଲା। ଏପରିକି ଆନନ୍ଦପୁର ଏସଡିପିଓ ବେହେରା ଘଟଣା ସ୍ଥଳରେ ପହଞ୍ଚି ବୁଝାଶୁଝା କରିଥିଲେ ମଧ୍ୟ ପରିସ୍ଥିତି ଅଣାୟତ୍ତ ରହିଛି। ରାସ୍ତରୋକୋ ଯୋଗୁ ବସ୍‌ ଚଳାଚଳ ଠପ୍‌ ସହ ଅନ୍ୟ କୌଣସି ଗାଡ଼ି ଗ୍ରାମବାସୀ ଛାଡ଼ୁ ନ ଥିବା ଜଣାପଡ଼ିଛି। କୌଣସି ଅପ୍ରୀତିକର ପରିସ୍ଥିତିକୁ ଆଖି ଆଗରେ ରଖି ଘଟଣାସ୍ଥଳରେ ଘସିପୁରା ଅଗ୍ନିଶମ ବାହିନୀ ଓ ଆମ୍ବୁଲାନ୍ସ ଗାଡ଼ି ଓ କର୍ମୀ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri