‘ବିଜ୍ଞାନ ଶିକ୍ଷାରେ ମନୋନିବେଶ କର’

ଭୁବନେଶ୍ୱର (ବ୍ୟୁରୋ)/ରାୟଗଡ଼ା ଅଫିସ୍‌/ ଜୟପୁର (ନି.ପ୍ର.)୩ : ରାୟଗଡ଼ାରେ ଏକ ପ୍ଲାନେଟାରିୟମ ଓ କୋରାପୁଟ ଜିଲାର ଜୟପୁରଠାରେ ନିର୍ମାଣ ହେବ ଜିଲା ବିଜ୍ଞାନ କେନ୍ଦ୍ର(ସାଇନ୍ସ ପାର୍କ )। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଛାତ୍ରୀଛାତ୍ରମାନେ ବିଜ୍ଞାନ ଶିକ୍ଷାରେ ମନୋନିବେଶ କରିବା ସହିତ ବୈଜ୍ଞାନିକ ମନୋବୃତ୍ତି ନେଇ ଜୀବନରେ ଆଗକୁ ବଢ଼ିବା ଲାଗି ସେ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ଦୁଇଟି ପ୍ଲାନେଟାରିୟମ ଅଛି। ଏଥିସହିତ ଆଉ ୬ଟି ପ୍ଲାନେଟାରିୟମ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୩୦ଟି ଜିଲାରେ ମଧ୍ୟ ୩୦ଟି ବିଜ୍ଞାନ କେନ୍ଦ୍ର ସ୍ଥାପନ କରାଯିବ। ଏଥିପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମକୁ ୩-ଡି ପ୍ଲାନେଟାରିୟମରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମଣିଷ ସଭ୍ୟତାର ବିକାଶରେ ବିଜ୍ଞାନ ଓ ବୈଷୟିକ ଜ୍ଞାନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ବିଜ୍ଞାନ ବିନା ଜୀବନଯାପନ କରିବା ସମ୍ଭବ ନୁହେଁ। ଯଦି ଆଜି ମଣିଷ ସଭ୍ୟତାର ଶିଖରରେ ପହଞ୍ଚିପାରିଛି ତେବେ ଏହା ହେଉଛି ବିଜ୍ଞାନର ଅବଦାନ। ବିଜ୍ଞାନ ଓ ବିକାଶ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡ଼ିଶା ବିକାଶ ପଥରେ ଅଗ୍ରଗତି କରି ବିଜ୍ଞାନ ଓ ବୈଷୟିକ ଶକ୍ତିର ପ୍ରୟୋଗରେ ଏକ ଜ୍ଞାନ ଅର୍ଥନୀତି ଦିଗରେ ଅଗ୍ରସର ହେଉଛି। ବିକାଶର ଏହି ପ୍ରକ୍ରିୟାକୁ ଜାରି ରଖିବା ପାଇଁ ଛାତ୍ରୀଛାତ୍ର ଓ ସାଧାରଣ ଲୋକଙ୍କ ଭିତରେ ବୈଜ୍ଞାନିକ ମନୋବୃତ୍ତି, ଅନିସନ୍ଧିତ୍ସୁ ମନୋଭାବ ଏବଂ ଯୁକ୍ତିଯୁକ୍ତ ଚିନ୍ତାଧାରା ରହିବା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାର ଓଡ଼ିଶାରେ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ଓ ଗଣିତ ଶିକ୍ଷାରେ ଅଧିକରୁ ଅଧିକ ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ବିଜ୍ଞାନ ଶିକ୍ଷା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପ ଦ୍ୱାରା ସମାଜରେ ବୈଜ୍ଞାନିକ ମନୋଭାବ ବୃଦ୍ଧି ପାଇବା ସହ ପିଲାଙ୍କ ମଧ୍ୟରେ ତର୍କସଙ୍ଗତ ଚିନ୍ତାଧାରା ବୃଦ୍ଧିପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ରାୟଗଡ଼ାଠାରେ ଏସ୍‌ସି,ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ କହିଥିଲେ, ବିକାଶର ଧାରାରେ ବିଜ୍ଞାନର ସହାୟତା ସବୁବେଳେ ଜରୁରୀ। ରାୟଗଡ଼ାରେ ପ୍ଲାନେଟାରିୟମ ସ୍ଥାପନ ଦ୍ୱାରା ସ୍ଥାନୀୟ ପିଲାଙ୍କ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାର ବୃଦ୍ଧି ପାଇବ ବୋଲି ସେ ଆଶାପ୍ରକାଶ କରିଛନ୍ତି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟରେ ବିଜ୍ଞାନ ଶିକ୍ଷାର ପ୍ରସାର ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ଲାନେଟାରିୟମ ଓ ଜିଲାଗୁଡ଼ିକରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା କରାଯାଉଛି। ଭୁବନେଶ୍ୱର ପ୍ଲାନେଟାରିୟମକୁ ଆହୁରି ବଡ଼ କରାଯିବାର ବ୍ୟବସ୍ଥା ହେଉଛି ବୋଲି ସେ କହିଛନ୍ତି। ସେହିପରି ଜୟପୁରଠାରେ ହସ୍ତତନ୍ତ, ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କହିଛନ୍ତି, ଜୟପୁରଠାରେ ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା ସମଗ୍ର କୋରାପୁଟ ଜିଲା ପାଇଁ ଖୁସିର କଥା। ଆଧୁନିକ ସମାଜରେ ବିଜ୍ଞାନଭିତ୍ତିକ ଜୀବନଶୈଳୀ ବହୁତ ଜରୁରୀ। ଏହି ପଦକ୍ଷେପ ଦ୍ୱାରା ବିଜ୍ଞାନ କ୍ଷେତ୍ରରେ ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧିପାଇବ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ଲାନେଟାରିୟମ ଓ ଜିଲା ବିଜ୍ଞାନ କେନ୍ଦ୍ରର ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଭା ସଦସ୍ୟ ଏନ.ଭାସ୍କର ରାଓ ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା

ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri