ଜିଲାପାଳଙ୍କ ଅଫିସ ଆଗରେ ଧାରଣା

ସୁନ୍ଦରଗଡ଼, ୨୨।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରେ ଥିବା ଏକ ଘରୋଇ କମ୍ପାନୀର ଚୂନପଥର ଖଣି ସମ୍ପ୍ରସାରଣ ସକାଶେ ଆବଶ୍ୟକ ହେଉଥିବା ଜମି ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜମି ଅଧଗ୍ରହଣ ପ୍ରକ୍ରିୟା ଚାଲିଛି। ଏହାକୁ ବିରୋଧ କରି ଶୁକ୍ରବାର ସୁନ୍ଦରଗଡ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣ ଦେଇଛନ୍ତି ବିସ୍ଥାପିତ ହେବାକୁ ଥିବା ଗ୍ରାମବାସୀ ତଥା ଶହଶହ ଆଦିବାସୀ ମହିଳା ପୁରୁଷ। ଗତ ୧୮ ତାରିଖରୁ ରାଜଗାଙ୍ଗପୁର କେଶ୍ରାମାଲରୁ ବାହାରିଥିବା ପଦଯାତ୍ରାରେ ଶହଶହ ସଂଖ୍ୟାରେ ଆଦିବାସୀ ମହିଳାପୁରୁଷ ସାମିଲ ହୋଇ ସୁନ୍ଦରଗଡ଼ରେ ପହଞ୍ଚିଛନ୍ତି। ପୂର୍ବାହ୍ନ୧୧ଟାରେ ଏହି ଦାବି ନେଇ ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇ ଜିଲା ପ୍ରଶାସନ ତୁରନ୍ତ ଏହି ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବାତିଲ କରିବାକୁ ଦାବି କରିଛନ୍ତି। ପରିବେଶବିତ୍‌ ପ୍ରଫୁଲ୍ଲ ସାମନ୍ତରା ଯୋଗଦେଇ ଏହି ଐତିହାସିକ ପଦଯାତ୍ରାରେ ଆସି ନିଜର ଭିଟାମାଟି ପାଇଁ ଆନ୍ଦୋଳନ କରୁଥିବା ଆଦିବାସୀଙ୍କ ଜୀବନ ଜୀବିକା ରକ୍ଷା କରି ସମ୍ବିଧାନ, ଜଙ୍ଗଲ ଅଧିକାର, ନୂତନ ଜମି ଅଧିଗ୍ରହଣ ନୀତି ଅନୁଯାୟୀ ଗ୍ରାମ ସଭାକୁ ସମ୍ମାନ ଜଣାଇ ପ୍ରଶାସନ କାର୍ଯ୍ୟ କରୁ ବୋଲି ଦାବି କରିଛନ୍ତି। ଏହି ଆନ୍ଦୋଳନରେ ରାଜଗାଙ୍ଗପୁର ବିଧାୟକ ସିଏସ ରାଜେନ ଏକ୍କା, ଜିଲା କଂଗ୍ରେସ କମିଟି ସଭାପତି ବେଣୁମାଧବ ତ୍ରିପାଠୀ, ଅମିତା ବିଶ୍ବାଳ, ବିବୋଲ ଟପ୍ପୋ, ବିନୟ ଭୁଷଣ ବାର୍ଲା, ନିଲିମା ଟପ୍ପୋଙ୍କ ସହ ୫ଟି ପଞ୍ଚାୟତର ପ୍ରଭାବିତ ଗ୍ରାମବାସୀ ଏହି ଧାରଣାରେ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ କମ୍ପାନୀ ପକ୍ଷରୁ ଏହି ଚୂନପଥର ଖଣି ସମ୍ପ୍ରସାରଣ ପାଇଁ ରାଜଗାଙ୍ଗପୁର ବ୍ଲକର ଅଲଣ୍ଡା, କୁକୁଡ଼ା, କେଶ୍ରାମାଲ, କଟଙ୍ଗ ଓ ଝରଗପୁର ପଞ୍ଚାୟତର ୭୧୭,୬୩ ଏକର ଜମି ଆବଶ୍ୟକ ହେଉଛି। ଏଥିପାଇଁ ପ୍ରଭାବିତ ହେବାକୁ ଥିବା ଗ୍ରାମବାସୀ ଜମି ଅଧିଗ୍ରହଣକୁ ବିରୋଧ କରୁଛନ୍ତି। ଜିଲାପାଳ ନିଜେ ଧାରଣାସ୍ଥଳକୁ ଆସି ଦାବିପତ୍ର ଗ୍ରହଣ କରି ପ୍ରତିଶ୍ରୁତି ଦେବାକୁ ଆନ୍ଦୋଳନକାରୀ ଅଡିବସିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଫାଟକରେ ଆନ୍ଦୋଳନକାରୀ ବସି ରହିଥିବାରୁ ଜିଲାପାଳଙ୍କ ସମେତ କୌଣସି ଅଧିକାରୀ, କର୍ମଚାରୀ ବାହାରକୁ ବାହାରି ପାରିନାହାନ୍ତି। ଆଇନଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri