୨୧ରେ ବିଧାନସଭା ସମ୍ମୁଖରେ ଧାରଣା

ତାଳଚେର, ୧୪ା୨ (ନି.ପ୍ର.): ତାଳଚେର-ପାଲଲହଡା ଓ ପରଜଙ୍ଗ ଅଞ୍ଚଳକୁ ନେଇ ତାଳଚେରକୁ ଜିଲା ଘୋଷଣା କରିବା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଚାଲିଥିବା ଶାନ୍ତିପୂର୍ଣ୍ଣ ଗଣଧାରଣା ସୋମବାର ୭୦ ଦିନରେ ପହଞ୍ଚିଛି। କମିଟି ପକ୍ଷରୁ କୁହାଯାଇଛି, ତାଳଚେରରୁ ରାଜ୍ୟ ଓ କେନ୍ଦ୍ର ସରକାର ଅଧିକ ରାଜସ୍ବ ପାଉଥିବାବେଳେ ଏ ଅଞ୍ଚଳର ଉନ୍ନତି ଆଶାନୁରୂପ ହୋଇପାରି ନାହିଁ। ଖଣି ଓ କଳକାରଖାନା ଯୋଗୁ ଏଠାରେ ସବୁବେଳେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ପାଲଲହଡା ଓ ପରଜଙ୍ଗ ଅଞ୍ଚଳରୁ ଜିଲା କାର୍ଯ୍ୟାଳୟ ଅଧିକ ଦୂରତ୍ୱ ହୋଇଥିବାରୁ ଅଞ୍ଚଳବାସୀ ଠିକ୍‌ ଭାବରେ ପ୍ରଶାସନିକ ସେବା ପାଇପାରୁ ନାହାନ୍ତି। ତାଳଚେରକୁ ଜିଲା କରିବା ପାଇଁ ବିଧାୟକ ଓ ଏମ୍‌ପି ସରକାରଙ୍କ ଉପରେ ଚାପ ସୃଷ୍ଟି କରନ୍ତୁ ବୋଲି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଅନୁରୋଧ କରାଯାଇଛି। ତୁରନ୍ତ ତାଳଚେରକୁ ଜିଲା ଘୋଷଣା କରିବା ଦାବିରେ କମିଟି ପକ୍ଷରୁ ଆସନ୍ତା ୨୧ ତାରିଖରେ ବିଧାନସଭା ସମ୍ମୁଖରେ ଗଣଧାରଣା ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହି ଗଣଧାରଣାରେ ଚୈତନ୍ୟ ପ୍ରଧାନ, ପଦ୍ମଚରଣ ସାମଲ, ବିଭୂତି ଭୂଷଣ ପଟ୍ଟନାୟକ, ହରିହର ବେହେରା, ସୁବ୍ରତ ଗଡନାୟକ, ଅଭୟ ପାଣି, ବିନୋଦ ଲାଲ, ସଞ୍ଜୀବ ନାଏକ, ଶ୍ରୀକାନ୍ତ ପାଣି, ଦାସରଥି ସାହୁ, ବିରଞ୍ଚି ସାହୁ, ପ୍ରଫୁଲ୍ଲ ନାଏକ, ବାଉରୀବନ୍ଧୁ ବେଜ, ସୁକାନ୍ତ ଦାସ, ବଳରାମ କୁଣ୍ଡ, କେଶବ ଭୂତିଆଙ୍କ ସମେତ ଶତାଧିକ ଅଞ୍ଚଳବାସୀ ଧାରଣାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri