ବ୍ଲକ କାର୍ଯ୍ୟାଳୟ ଆଗରେ ଭଞ୍ଜସେନାର ଧାରଣା

ମୋରଡା,୧।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ଭଞ୍ଜସେନା ପକ୍ଷରୁ ଧାରଣା ଦିଆଯିବ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଂଗଠନର ପ୍ରତିଷ୍ଠାତା କଳିଙ୍ଗକେଶରୀ ଜେନାଙ୍କ ଆହ୍ବାନ କ୍ରମେ ତଥା ଜିଲା କାର୍ଯ୍ୟକାରୀ ଅଧ୍ୟକ୍ଷ ସଞ୍ଜୀବ ରାଉତଙ୍କ ନେତୃତ୍ୱରେ ହଜାର ହଜାର ଭଞ୍ଜସେନା ସ୍ଥାନୀୟ ମହାବିଲା ଛକରୁ ଏକ ବାଇକ୍‌ ରାଲିରେ ବାହାରି ବ୍ଲକ କାର୍ଯ୍ୟାଳୟ ଆଗରେ ପହଞ୍ଚି ବ୍ଲକ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ।

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ସୁଲଭ ମୂଲ୍ୟରେ ବାଲି ଯୋଗାଣ ସହ ଗୃହ ନିର୍ମାଣ ଅବଧିକୁ ବୃଦ୍ଧି କରିବା, ହାତୀଙ୍କ ଦ୍ୱାରା ବାସଗୃହ ହରାଉଥିବା ପରିବାର ଲୋକଙ୍କୁ ନୂତନ ଗୃହ ଯୋଗାଇବା, ହାତୀ ଆକ୍ରମଣରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୧୫ ଦିନ ମଧ୍ୟରେ ସହାୟତା ପ୍ରଦାନ, ଭତ୍ତା ହିତାଧିକାରୀଙ୍କ ରାଶିକୁ ଦୁଇ ହଜାର ଟଙ୍କା ବୃଦ୍ଧି, ଆବଶ୍ୟକୀୟ ଡାକ୍ତର ନିଯୁକ୍ତି, ଶୁଳିଆପଦା ବ୍ଲକରେ ଏକ ସରକାରୀ କାଗଜ କଳ ପ୍ରତିଷ୍ଠା, ସୁବର୍ଣ୍ଣରେଖା ଜଳ ପ୍ରକଳ୍ପ ଦ୍ୱାରା ଚାଷଜମିକୁ ପାଣି ଯୋଗାଇବା, ପଞ୍ଚାୟତସ୍ତରରେ ଥିବା ଗୋଚର, ସରକାରୀ, ପତିତ, ଦେବୋତ୍ତର ଜମି ବିବାଦର ସମାଧାନ, ଅଘୋଷିତ ବିଦ୍ୟୁତ୍‌ କାଟ ବନ୍ଦ କରିବା ସହ ବିଦ୍ୟୁତ୍‌ ଶୁକ୍ଳକୁ ହ୍ରାସ କରିବା, ଦେଉଳି ଡ୍ୟାମ୍‌କୁ ଇକୋ ଟୁରିଜିମ୍‌ ମାଧ୍ୟମରେ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ପ୍ରଦାନ କରିବାକୁ ଭଞ୍ଜସେନା ପକ୍ଷରୁ ଦାବି କରାଯାଇଛି। ଏଥିରେ ଭଞ୍ଜସେନାର ଶୁଳିଆପଦା ବ୍ଲକ ଶାଖା ସଭାପତି ସୁକୁମାର ଦାସ, ଜିଲା ଆଦିବାସୀ ଶାଖା ସଭାପତି ବାଜୁନ ହାଁସଦା, ମୋରଡ଼ା ବ୍ଲକ ସଭାପତି ପରିତୋଷ ବାରିକ, ତପନ ସିଂ, ବବୁଲୁ ସୋରେନ, ବ୍ଲକ ଆଦିବାସୀ ଶାଖା ସଭାପତି ସୁକୁଲ ସୋରେନ, ଆଲୋକ ବେହେରା, ଲୋକନାଥ ବେହେରା ପ୍ରମୁଖଙ୍କ ସହିତ ଶତାଧିକ କର୍ମୀ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri