ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ କିଡ୍‌ନୀ ରୋଗୀଙ୍କ ଧାରଣା

ଭୁବନେଶ୍ବର,୯ା୧୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ସରକାରୀ ବାସଭବନ ଆଗରେ କିଡ୍‌ନୀ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ମଙ୍ଗଳବାରଠାରୁ ଧାରଣା ଦେଇଛନ୍ତି। ରୋଗୀ ଚିକିତ୍ସାରେ ଅସନ୍ତୋଷ ବ୍ୟକ୍ତକରି ଏମାନେ ଧାରଣା ଦେଇଥିବା ଅଭିଯୋଗ କରିଛନ୍ତି। ରାଜ୍ୟ ସରକାର ସେମାନଙ୍କ ଦାବି ନ ଶୁଣିଲେ ଆତ୍ମହତ୍ୟା କରିବେ ବୋଲି ଧମକ ମଧ୍ୟ ଦେଇଛନ୍ତି। ଠିକ୍‌ ଓଷଧ ଏବଂ କିଡ୍‌ନୀ ଡାକ୍ତରଙ୍କୁ ନିଯୁକ୍ତ କରିବା ଦାବିରେ କିଡ୍‌ନୀ ରୋଗୀମାନେ ପ୍ରଥମେ ସୋମବାର ମନ୍ତ୍ରୀ ଦାସଙ୍କ ଘର ସମ୍ମୁଖରେ ଧାରଣା ଦେଇଥିଲେ। ସେହିଭଳି ମଙ୍ଗଳବାର ଉକ୍ତ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନେ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖ ରାସ୍ତାରେ ଶୋଇକି ପ୍ରତିବାଦ କରିବା ସହ ରାଜଭବନରୁ ଏଜିକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଧାରଣା ଦେଇ ବସିଥିଲେ। ଫଳରେ ପୋଲିସ ସେଠାରେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିଥିବା ଦେଖିବାକୁ ମିଳିଛି। ଅଳ୍ପ କିଛି ସମୟ ଲାଗି ସେହି ରାସ୍ତାରେ ଯାତାୟାତ ମଧ୍ୟ ବାଧାପ୍ରାପ୍ତ ହୋଇଥିଲା।
ସ୍ବାସ୍ଥ୍ୟ ବିଭାଗ, ଡିସିପି ଏବଂ ମେଡିକାଲ କର୍ତ୍ତୃପକ୍ଷଙ୍କ ତରଫରୁ ଭଲ ମେଡିସିନ ଯୋଗାଇବା ଲାଗି ପ୍ରତିଶ୍ରୁତି ମିଳିବା ପରେ କିଡ୍‌ନୀ ରୋଗୀମାନେ ଧାରଣାରୁ ଉଠିଯାଇଥିଲେ। ମାତ୍ର ଥରେ ଭଲ ମେଡିସିନ ଦେଇ ପୁଣିଥରେ ନକଲି ମେଡିସିନ ଦେବାରୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଘର ସମ୍ମୁଖରେ ସେମାନେ ଧାରଣା ଦେଇଥିବା କଥା କହିଛନ୍ତି। ଯଦି ସରକାର ସେମାନଙ୍କ ଦାବି ନ ଶୁଣନ୍ତି ତେବେ ସମସ୍ତେ ବିଷ ପିଇ ଆତ୍ମହତ୍ୟା କରିବେ ବୋଲି ଧମକ ଦେଇଛନ୍ତି। ଅନ୍ୟପଟେ କିଡ୍‌ନୀ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ୨ଦିନ ହେଲା ଧାରଣାରେ ବସିଛନ୍ତି। ସୋମବାର ସେମାନେ ଧାରଣା ଦେବା ସମୟରେ ମନ୍ତ୍ରୀଙ୍କ ବାସବଭନରୁ କେହି ହେଲେ ବାହାରକୁ ଆସିପାରି ନ ଥିଲେ। ମନ୍ତ୍ରୀଙ୍କ ବାସଭବନକୁ ମଧ୍ୟ କେହି ଯାଇପାରୁ ନ ଥିଲେ। ଫଳରେ ପୋଲିସକୁ ନାକେଦମ୍‌ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?