ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ କିଡ୍‌ନୀ ରୋଗୀଙ୍କ ଧାରଣା

ଭୁବନେଶ୍ବର,୯ା୧୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ସରକାରୀ ବାସଭବନ ଆଗରେ କିଡ୍‌ନୀ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ମଙ୍ଗଳବାରଠାରୁ ଧାରଣା ଦେଇଛନ୍ତି। ରୋଗୀ ଚିକିତ୍ସାରେ ଅସନ୍ତୋଷ ବ୍ୟକ୍ତକରି ଏମାନେ ଧାରଣା ଦେଇଥିବା ଅଭିଯୋଗ କରିଛନ୍ତି। ରାଜ୍ୟ ସରକାର ସେମାନଙ୍କ ଦାବି ନ ଶୁଣିଲେ ଆତ୍ମହତ୍ୟା କରିବେ ବୋଲି ଧମକ ମଧ୍ୟ ଦେଇଛନ୍ତି। ଠିକ୍‌ ଓଷଧ ଏବଂ କିଡ୍‌ନୀ ଡାକ୍ତରଙ୍କୁ ନିଯୁକ୍ତ କରିବା ଦାବିରେ କିଡ୍‌ନୀ ରୋଗୀମାନେ ପ୍ରଥମେ ସୋମବାର ମନ୍ତ୍ରୀ ଦାସଙ୍କ ଘର ସମ୍ମୁଖରେ ଧାରଣା ଦେଇଥିଲେ। ସେହିଭଳି ମଙ୍ଗଳବାର ଉକ୍ତ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନେ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖ ରାସ୍ତାରେ ଶୋଇକି ପ୍ରତିବାଦ କରିବା ସହ ରାଜଭବନରୁ ଏଜିକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଧାରଣା ଦେଇ ବସିଥିଲେ। ଫଳରେ ପୋଲିସ ସେଠାରେ ପହଞ୍ଚି ସେମାନଙ୍କୁ ବୁଝାଶୁଝା କରିଥିବା ଦେଖିବାକୁ ମିଳିଛି। ଅଳ୍ପ କିଛି ସମୟ ଲାଗି ସେହି ରାସ୍ତାରେ ଯାତାୟାତ ମଧ୍ୟ ବାଧାପ୍ରାପ୍ତ ହୋଇଥିଲା।
ସ୍ବାସ୍ଥ୍ୟ ବିଭାଗ, ଡିସିପି ଏବଂ ମେଡିକାଲ କର୍ତ୍ତୃପକ୍ଷଙ୍କ ତରଫରୁ ଭଲ ମେଡିସିନ ଯୋଗାଇବା ଲାଗି ପ୍ରତିଶ୍ରୁତି ମିଳିବା ପରେ କିଡ୍‌ନୀ ରୋଗୀମାନେ ଧାରଣାରୁ ଉଠିଯାଇଥିଲେ। ମାତ୍ର ଥରେ ଭଲ ମେଡିସିନ ଦେଇ ପୁଣିଥରେ ନକଲି ମେଡିସିନ ଦେବାରୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଘର ସମ୍ମୁଖରେ ସେମାନେ ଧାରଣା ଦେଇଥିବା କଥା କହିଛନ୍ତି। ଯଦି ସରକାର ସେମାନଙ୍କ ଦାବି ନ ଶୁଣନ୍ତି ତେବେ ସମସ୍ତେ ବିଷ ପିଇ ଆତ୍ମହତ୍ୟା କରିବେ ବୋଲି ଧମକ ଦେଇଛନ୍ତି। ଅନ୍ୟପଟେ କିଡ୍‌ନୀ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ୨ଦିନ ହେଲା ଧାରଣାରେ ବସିଛନ୍ତି। ସୋମବାର ସେମାନେ ଧାରଣା ଦେବା ସମୟରେ ମନ୍ତ୍ରୀଙ୍କ ବାସବଭନରୁ କେହି ହେଲେ ବାହାରକୁ ଆସିପାରି ନ ଥିଲେ। ମନ୍ତ୍ରୀଙ୍କ ବାସଭବନକୁ ମଧ୍ୟ କେହି ଯାଇପାରୁ ନ ଥିଲେ। ଫଳରେ ପୋଲିସକୁ ନାକେଦମ୍‌ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri