୨୦ ଦିନରେ ମୋହରିର ସଂଘର ଧାରଣା

ଆନନ୍ଦପୁର,୧୫ା୪(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଧାରଣା ୨୦ ଦିନରେ ପହଞ୍ଚିଛି। ଆନନ୍ଦପୁର ବିକାଶ ପରିଷଦର ଆହ୍ବାନରେ ମାର୍ଚ୍ଚ ୨୭ରୁ ଜିଲା ଦାବି ପ୍ରସଙ୍ଗକୁ ନେଇ ଧାରଣା ଆରମ୍ଭ ହୋଇଥିଲା। ଏହି ଧାରଣାରେ ପର୍ଯ୍ୟାୟ କ୍ରମେ ବିଭିନ୍ନ ସଂଗଠନ ସାମିଲ ହୋଇ ଆନନ୍ଦପୁରକୁ ଜିଲା ଦାବି କରିଥିଲେ। ଶନିବାର ଅନୁଷ୍ଠିତ ଧାରଣାର ୨୦ ଦିନରେ ଆନନ୍ଦପୁର ମହୋରିର ସଂଘ ସାମିଲ ହୋଇ ଜିଲା ଦାବି କରିବା ସହିତ ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଆନନ୍ଦପୁରର ଭୌଗୋଳିକ ସ୍ଥିତି, ଜନସଂଖ୍ୟା, କେନ୍ଦୁଝର ଜିଲା ସହିତ ଭାଷାଗତ ବିଭେଦତା, ଜିଲା ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଆସିଥିବା ଆନନ୍ଦପୁରର ବିକାଶ ଧାରାକୁ ଶିଖରରେ ପହଞ୍ଚାଇବା ଲକ୍ଷ ରଖାଯାଇ ସ୍ବତନ୍ତ୍ର ଜିଲା ଦାବି ପ୍ରସଙ୍ଗ ଉପସ୍ଥାପନ କରାଯାଇଛି। ଦୀର୍ଘବର୍ଷରୁ ଅଟକି ରହିଥିବା ଆନନ୍ଦପୁରକୁ ସ୍ବତନ୍ତ୍ର ଜିଲା ପ୍ରସଙ୍ଗକୁ କାର୍ଯ୍ୟକାରୀ କରିବା ଦିଗରେ ଉପଖଣ୍ଡବାସୀଙ୍କ ମଧ୍ୟରେ ଅନେକ ଉତ୍ସୁକତା ପରିଲକ୍ଷିତ ହୋଇଛି। ମହୋରିର ସଂଘ ପକ୍ଷରୁ ରାହାସ ବିହାରୀ ସାହୁ, ମଦନ ମୋହନ ମିଶ୍ର, ଶାନ୍ତନୁ କୁମାର ଜେନା, ଲକ୍ଷ୍ମୀଧର ଜେନା, ଶଙ୍କର୍ଷଣ ପତି, ଶେଷଦେବ ନାଥ, ସୁଦର୍ଶନ ସାହୁ, ଅକ୍ଷୟ କୁମାର ମିଶ୍ର, ପୀତାମ୍ବର ନାୟକ, ଭୀମସେନ ନାଥ, ସୁରେନ୍ଦ୍ର ଘଡ଼େଇ, ଅମର ରଣା, ଘନଶ୍ୟାମ ଜେନା, ନାରାୟଣ ନାଥ, ଦେବବ୍ରତ ବାରିକ, ସପନ କୁମାର ଶା, ବଳରାମ ବେହେରା, ଅଜୟ କୁମାର ସାହୁ, ଦିଲ୍ଲୀପ କୁମାର ଜେନା, କେଦାରନାଥ ରଥ ପ୍ରମୁଖଙ୍କ ସହିତ ବହୁ ମୋହରିର ଧାରଣାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?