ସ୍ବାମୀଙ୍କ ଘର ଆଗରେ ସ୍ତ୍ରୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୩ା୯: ଅଧିକ ଯୌତୁକ ଦାବି ନେଇ ଜଣେ ରେଲଓ୍ବେ କର୍ମଚାରୀ ତାଙ୍କ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏନେଇ ସରକାରୀ ରେଳବାଇ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଅନ୍ୟପକ୍ଷେ ସ୍ତ୍ରୀ ସ୍ବପ୍ନା ନାୟକ ସ୍ବାମୀଙ୍କ ସହିତ ରହିବା ପାଇଁ ତାଙ୍କ ସରକାରୀ ବାସଭବନ ବ୍ରହ୍ମପୁର ରେଳବାଇ କ୍ୱାଟର୍ସ ସମ୍ମୁଖରେ ଧାରଣାରେ ବସିଛନ୍ତି। ନ୍ୟାୟ ନ ମିଳିବା ଯାଏ ସେ ଧାରଣାରେ ବସିବେ ବୋଲି କହିଛନ୍ତି। ସ୍ବପ୍ନାଙ୍କ ସହିତ ଧାରଣାସ୍ଥଳରେ ସମାଜସେବୀ ପ୍ରମିଳା ତ୍ରିପାଠୀ ମଧ୍ୟ ରହିଛନ୍ତି।

୨୦୧୨ ଜାନୁୟାରୀ ୧୮ରେ ସ୍ବପ୍ନା ବୁଗୁଡା ଥାନା ଅଧୀନ କରଡ଼ାବାଡ଼ି ଗ୍ରାମର କାହ୍ନୁ ଚରଣ ନାୟକଙ୍କୁ ବିବାହ କରିଥିଲେ। ତାଙ୍କର ୨ଟି ସନ୍ତାନ ଅଛନ୍ତି। ଅଧିକ ଯୌତୁକ ଦାବିରେ ସ୍ବପ୍ନାଙ୍କୁ ସ୍ବାମୀ, ନଣନ୍ଦ, ନଣନ୍ଦେଇ, ଭଣଜା ମିଶି ଅଧିକ ଯୌତୁକ ଆଣିବାକୁ ଚାପ ପକାଉଥିଲେ। ଏପରିକି ୨୦୧୮ରେ ସେମାନେ ଘରୁ ତଡି ଦେବାରୁ ସ୍ବପ୍ନା ଆସି ବାପ ଘରେ ରହୁଛନ୍ତି। ନ୍ୟାୟ ଦାବିରେ ଶୁକ୍ରବାର ଜିଆର୍‌ପି ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ଏକ ମାମଲା(ନଂ.୭୨/୨୨) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri