ମୁଣ୍ଡରେ ବ୍ୟାଣ୍ଡେଜ୍‌ ବାନ୍ଧି ଡାକ୍ତରୀ ଛାତ୍ରଙ୍କ ପ୍ରତିବାଦ: କାଜୁଆଲଟି ଆଗରେ ଧାରଣା

ବଲାଙ୍ଗୀର,୨୯ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଶେଷବର୍ଷ ଛାତ୍ର ତଥା ହାଉସ ସର୍ଜନ ବିଶ୍ୱରଞ୍ଜନ ସାହୁଙ୍କୁ ଗୁରୁବାର ମରଣାନ୍ତକ ଆକ୍ରମଣ କରାଯାଇଥିଲା। ହସ୍ପିଟାଲରୁ ହଷ୍ଟେଲକୁ ଫେରୁଥିବା ବେଳେ ବାଟରେ ଛପି ରହିଥିବା ୨ଜଣ ଯୁବକ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଫଳରେ ବିଶ୍ୱରଞ୍ଜନ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି।

ଘଟଣାର ପ୍ରତିବାଦ କରି ଶୁକ୍ରବାର ଡାକ୍ତରୀ ଛାତ୍ରୀଛାତ୍ର ମୁଣ୍ଡରେ ବ୍ୟାଣ୍ଡେଜ୍‌ ବାନ୍ଧି କରିବା ସହ କାଜୁଆଲଟି ଆଗରେ ଧାରଣାରେ ବସିଛନ୍ତି। ଏପରି କି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ହାଉସ ସର୍ଜନ ଏବଂ ଡାକ୍ତରୀ ଛାତ୍ରୀଛାତ୍ର ଦାବି କରିଛନ୍ତି। ଏନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି। ଆନ୍ଦୋଳନ ଯୋଗୁ ରୋଗୀ ସେବା ବ୍ୟାହତ ହୋଇଛି। ଖବର ପାଇ ପ୍ରଶାସନିକ ଅଧିକାରୀ ଘଟଣାରେ ସ୍ଥଳରେ ପହଞ୍ଚି ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରୁଛନ୍ତି।

ଗୁରୁବାର ଜଣେ ଯୁବକ ତାଙ୍କ ସ୍ତ୍ରୀଙ୍କୁ ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗ ଓପିଡିକୁ ଆଣିଥିଲେ। ସେଠାରେ ଦୁଇଜଣ ମହିଳା ଡାକ୍ତର ଓ ଜଣେ ଆଟେଣ୍ଡାଣ୍ଟଙ୍କ ଉପସ୍ଥିତିରେ ସମ୍ପୃକ୍ତା ମହିଳାଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା। ମହିଳାଙ୍କ ଗର୍ଭପାତ ହୋଇଯାଇଥିବା ଜଣାପଡିଥିଲା। ସେତେବେଳେ କର୍ତ୍ତବ୍ୟରତ ହାଉସ ସର୍ଜନ ସାହୁ ମଧ୍ୟ ସମ୍ପୃକ୍ତା ମହିଳାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଏହି କଥାକୁ ନେଇ ସମ୍ପୃକ୍ତ ମହିଳାଙ୍କ ସ୍ବାମୀ କୁଆଡେ ଆପତ୍ତି ଉଠାଇଥିଲେ। ମହିଳାଙ୍କ ଗୋପନୀୟତା ଭଙ୍ଗ କରାଯାଇଥିବା ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଯୁବକ ଓ ଅନ୍ୟ ଜଣେ ଏକ ବାଇକରେ ହସ୍ପିଟାଲଠାରୁ ପ୍ରାୟ ୫ କିଲୋମିଟର ଦୂର ଲାଲଟିକ୍ରା ଗ୍ରୀଡ ପାଖରେ ଜଗି ରହିଥିଲେ। ହାଉସ ସର୍ଜନ ସାହୁ ସନ୍ଧ୍ୟା ପ୍ରାୟ ୬ଟାରେ କଲେଜ ହଷ୍ଟେଲକୁ ତାଙ୍କର ଜଣେ ସାଙ୍ଗଙ୍କ ସହ ଏକ ବାଇକରେ ଫେରୁଥିବାବେଳେ ତାଙ୍କୁ ସେମାନେ ଅଟକାଇଥିଲେ। ସମ୍ପୃକ୍ତ ଯୁବକ ଜଣକ ହାଉସ ସର୍ଜନ ସାହୁଙ୍କୁ ଆକ୍ରମଣ କରିଥିଲେ। ଏଥିରେ ତାଙ୍କ ମୁଣ୍ଡ ଫାଟି ରକ୍ତ ବାହାରିଥିଲା। ଏହି ଘଟଣାକୁ ନେଇ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ମହଲରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri