ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଭରଣା ଚିନ୍ତା: ଜିଲାପାଳଙ୍କୁ ବାଣଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଦାବିପତ୍ର

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଅଦିନିଆ ଲଗାଣ ବର୍ଷା ହେତୁ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ ଉଚ୍ଛେଦ, ଟୋକେନ୍ ଅବଧି ବୃଦ୍ଧି ଏବଂ ଫସଲବୀମା ଅର୍ଥ କୃଷକଙ୍କୁ ପୈଠ କରିବା ବ୍ୟବସ୍ଥା ନିମନ୍ତେ ଶୁକ୍ରବାର ପୋଟ୍ଟଲାମପୁର ପଞ୍ଚାୟତ ବାଣିଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଦାବି ହୋଇଛି ।

ସରପଞ୍ଚ ନିରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ପୂର୍ବତନ ସରପଞ୍ଚ ଭଗବାନ ନାହାକ, ବିଜୟ ପ୍ରଧାନ, ଲଡୁ ପ୍ରଧାନ, ଉପେନ୍ଦ୍ର ପ୍ରଧାନ, ପ୍ରମୋଦ କୁମାର ସାହୁ, ଭାସ୍କର ନାୟକ, ଶତ୍ରୁଘନ ବିଶ୍ୱାଳ ଓ ପାଣିପଂଚାୟତର ସଭାପତି ରାଜେନ୍ଦ୍ର ନାହାକଙ୍କ ସମେତ କୃଷକ ସଂଘର ବହୁ ଚାଷୀ ଉପସ୍ଥିତ ରିହି ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ଡଃ ପ୍ରମୋଦ କୁମାର ପୃଷ୍ଟିଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି ।

ଏହି ଦାବି ପତ୍ରରେ ପ୍ରଧାନମନ୍ତ୍ରୀ ଫସଲବୀମାରେ ପଞ୍ଜୀକୃତ ଚାଷୀଙ୍କୁ ଯୁଦ୍ଧକାଳୀନ ଭିତିରେ କ୍ଷତିପୂରଣ ଦେବା ନିମନ୍ତେ ବୀମା କମ୍ପାନିକୁ ନିର୍ଦ୍ଦେଶ, ଧାନର ଏଫଏକ୍ୟୁ ମାନ ସଂପୂର୍ଣ୍ଣ ଉଚ୍ଛେଦ, ସରକାରଙ୍କ ପ୍ରଦତ ଟୋକେନ୍ ଅବଧିରେ ପର୍ଯ୍ୟପ୍ତ ସମୟ ନଥିବା ହେତୁ ଲିଖିତ ପ୍ରତ୍ୟାହାର କରି ନୂତନ ଅବଧି ଦିଆଯାଉ, ଲଗାଣ ବର୍ଷାରେ ରବି ଫସଲ ସଂପୂର୍ଣ୍ଣ ନଷ୍ଟ ହେତୁ ପୁନଃ ବିହନ ଯେଗାଣ ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଆଦେଶ ଦିଆଯାଉ, ଧାନ କ୍ଷୟ ୟତିର ଆକଳନ କରି ତୁରନ୍ତ ଚାଷୀଙ୍କୁ ସହାୟତା ପ୍ରଦାନ, ଚଳିତ ବର୍ଷ ଧାନ ମଣ୍ଡିର ସୁବ୍ୟବସ୍ଥା ନଥିବା ହେତୁ ପୂର୍ବଭଳି ଧାନକ୍ରୟ କରିବା ପାଇଁ ଉଲ୍ଲେଖ କରାଯାଇଛି । ସରକାର ତଥା ଜିଲ୍ଲା ପ୍ରଶାସନ ଏଦିଗରେ ତୁରନ୍ତ ପଦକ୍ଷେପ ନ ନିଆନ୍ତି ତେବେ ବାଣିଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଆନ୍ଦୋଳନ ପନ୍ଥା ଗ୍ରହଣ କରିବା ପାଇଁ ବାଧ୍ୟ ହେବୁ ବୋଲି ଚେତାବନୀ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri