ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଭରଣା ଚିନ୍ତା: ଜିଲାପାଳଙ୍କୁ ବାଣଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଦାବିପତ୍ର

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଅଦିନିଆ ଲଗାଣ ବର୍ଷା ହେତୁ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ ଉଚ୍ଛେଦ, ଟୋକେନ୍ ଅବଧି ବୃଦ୍ଧି ଏବଂ ଫସଲବୀମା ଅର୍ଥ କୃଷକଙ୍କୁ ପୈଠ କରିବା ବ୍ୟବସ୍ଥା ନିମନ୍ତେ ଶୁକ୍ରବାର ପୋଟ୍ଟଲାମପୁର ପଞ୍ଚାୟତ ବାଣିଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଦାବି ହୋଇଛି ।

ସରପଞ୍ଚ ନିରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ପୂର୍ବତନ ସରପଞ୍ଚ ଭଗବାନ ନାହାକ, ବିଜୟ ପ୍ରଧାନ, ଲଡୁ ପ୍ରଧାନ, ଉପେନ୍ଦ୍ର ପ୍ରଧାନ, ପ୍ରମୋଦ କୁମାର ସାହୁ, ଭାସ୍କର ନାୟକ, ଶତ୍ରୁଘନ ବିଶ୍ୱାଳ ଓ ପାଣିପଂଚାୟତର ସଭାପତି ରାଜେନ୍ଦ୍ର ନାହାକଙ୍କ ସମେତ କୃଷକ ସଂଘର ବହୁ ଚାଷୀ ଉପସ୍ଥିତ ରିହି ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ଡଃ ପ୍ରମୋଦ କୁମାର ପୃଷ୍ଟିଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି ।

ଏହି ଦାବି ପତ୍ରରେ ପ୍ରଧାନମନ୍ତ୍ରୀ ଫସଲବୀମାରେ ପଞ୍ଜୀକୃତ ଚାଷୀଙ୍କୁ ଯୁଦ୍ଧକାଳୀନ ଭିତିରେ କ୍ଷତିପୂରଣ ଦେବା ନିମନ୍ତେ ବୀମା କମ୍ପାନିକୁ ନିର୍ଦ୍ଦେଶ, ଧାନର ଏଫଏକ୍ୟୁ ମାନ ସଂପୂର୍ଣ୍ଣ ଉଚ୍ଛେଦ, ସରକାରଙ୍କ ପ୍ରଦତ ଟୋକେନ୍ ଅବଧିରେ ପର୍ଯ୍ୟପ୍ତ ସମୟ ନଥିବା ହେତୁ ଲିଖିତ ପ୍ରତ୍ୟାହାର କରି ନୂତନ ଅବଧି ଦିଆଯାଉ, ଲଗାଣ ବର୍ଷାରେ ରବି ଫସଲ ସଂପୂର୍ଣ୍ଣ ନଷ୍ଟ ହେତୁ ପୁନଃ ବିହନ ଯେଗାଣ ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଆଦେଶ ଦିଆଯାଉ, ଧାନ କ୍ଷୟ ୟତିର ଆକଳନ କରି ତୁରନ୍ତ ଚାଷୀଙ୍କୁ ସହାୟତା ପ୍ରଦାନ, ଚଳିତ ବର୍ଷ ଧାନ ମଣ୍ଡିର ସୁବ୍ୟବସ୍ଥା ନଥିବା ହେତୁ ପୂର୍ବଭଳି ଧାନକ୍ରୟ କରିବା ପାଇଁ ଉଲ୍ଲେଖ କରାଯାଇଛି । ସରକାର ତଥା ଜିଲ୍ଲା ପ୍ରଶାସନ ଏଦିଗରେ ତୁରନ୍ତ ପଦକ୍ଷେପ ନ ନିଆନ୍ତି ତେବେ ବାଣିଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଆନ୍ଦୋଳନ ପନ୍ଥା ଗ୍ରହଣ କରିବା ପାଇଁ ବାଧ୍ୟ ହେବୁ ବୋଲି ଚେତାବନୀ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri