ସ୍ବାସ୍ଥ୍ୟ, ପାନୀୟ ଜଳ ସମସ୍ୟା ନେଇ ଉଦ୍‌ବେଗ

ଦିଗପହଣ୍ଡି,୨୩ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରର ସ୍ବାସ୍ଥ୍ୟ ଓ ପାନୀୟ ଜଳ ସମସ୍ୟା ପ୍ରତି ଦୃଷ୍ଟି ଦିଆଯିବ ବୋଲି ଦିଗପହଣ୍ଡିର ନବନିର୍ବାଚିତ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ପ୍ରକାଶ କରିଛନ୍ତି। ଦିଗପହଣ୍ଡି ଏନଏସିର ୧୪ତମ ପରିବର୍ଦ୍ଧିତ କାଉନସିଲ ସଭା ଶୁକ୍ରବାର ଏନ୍‌ଏସି ସମ୍ମିଳନୀ କକ୍ଷରେ ନଗରପାଳ ପ୍ରଫୁଲ୍ଲ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଧାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ, ଉପାଧ୍ୟକ୍ଷା କେ. ପୂଜା ମଞ୍ଚାସୀନ ଥିଲେ। ପ୍ରଥମେ ବିଧାୟକଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ସେ ମଧୁବାବୁ ପେନସନ ଯୋଜନାରେ ୨୦ ଜଣ ହିତାଧିକାରୀଙ୍କୁ ନୂତନ ଭତ୍ତା ବଣ୍ଟନ କରିଥିଲେ। ସଭା ଆରମ୍ଭରେ ନଗରପାଳ ଦିଗପହଣ୍ଡି ସହରର ଉତ୍କଟ ପାନୀୟ ଜଳ ସମସ୍ୟା ଉପରେ ସୂଚନା ଦେଇ କହିଲେ ଯେ ବର୍ଷା ଅଭାବରୁ ଘୋଡାହାଡ ନଦୀ ଶୁଖିଯିବାରୁ ଚଳିତବର୍ଷ ଦିଗପହଣ୍ଡି ସହରକୁ ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ ହୋଇଛି। ଏଣୁ କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଦୃଷ୍ଟିରୁ ଦିଗପହଣ୍ଡିରେ ଆଉ ଏକ ନୂଆ ଓଭରହେଡ ଟ୍ୟାଙ୍କ ନିର୍ମାଣ କରିବାକୁ ପଦକ୍ଷେପ ନେବା ପାଇଁ ବିଧାୟକଙ୍କୁ ଅନୁରୋଧ କରିଥିଲେ। ଅପରପକ୍ଷରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଡାକ୍ତର, ବିଶେଷଜ୍ଞ ପଦବୀ ଦୀର୍ଘବର୍ଷ ହେଲା ଖାଲିପଡ଼ିଛି। ସ୍ବାସ୍ଥ୍ୟ କେନ୍ଦ୍ରରେ ୫ ଜଣ ବିଶେଷଜ୍ଞ ଏବଂ ୫ ଜଣ ଡାକ୍ତର ରହିବା କଥା। କିନ୍ତୁ ଅବସ୍ଥାପିତ ୫ ଜଣ ଡାକ୍ତର ପାଳି କରି ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁଥିବା ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଡ୍ରେନେଜ ଅଭାବରୁ ସାମାନ୍ୟ ବର୍ଷା ହେଲେ ପୁଞ୍ଜିକୟଁା ଛକ ମୁଖ୍ୟ ରାସ୍ତାରେ ପାଣି ଜମି ରହୁଥିବାରୁ ଲୋକେ ରାସ୍ତାରେ ଚଳାଚଳରେ ଘୋର ଅସୁବିଧା ଭୋଗୁଛନ୍ତି। ତେଣୁ ତୁରନ୍ତ ବର୍ଷାଜଳ ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା କରାଯିବାକୁ ଜାତୀୟ ରାଜପଥ ପ୍ରାଧୀକରଣ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ସେ ବିଧାୟକଙ୍କୁ ନିବେଦନ କରିଥିଲେ। ଶେଷରେ ବିଧାୟକ ଦିଗପହଣ୍ଡି ସହରର ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ବିଭିନ୍ନ ସମସ୍ୟାର ଅତିଶୀଘ୍ର ସମାଧାନ କରାଯିବ। ଏନେଇ ତୁରନ୍ତ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇ କାର୍ଯ୍ୟାରମ୍ଭ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ। କାଉନସିଲର ଦୀପକ କୁମାର ମିଶ୍ର, ସୁଶାନ୍ତ କୁମାର ପାତ୍ର, କରିଶ୍ମା ନାୟକ, ସୁନୀଲ କୁମାର ପଣ୍ଡା, ଇଂ. ଗାୟତ୍ରୀ, ସନ୍ତୋସିନୀ ବେହେରା ଓ ଜ୍ୟୋତ୍ସ୍ନା ଜେନାଙ୍କ ସମେତ ଏନ୍‌ଏସି ମୁଖ୍ୟ କିରାଣୀ ରାଜକିଶୋର ରଥ, ଶଶୀଭୂଷଣ ଦତ୍ତ, ସନ୍ତୋଷ କୁମାର ପାଢ଼ୀଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ପରେ ବିଧାୟକ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ ଓ ତହସିଲଦାର ଅନୀତା ସାହୁଙ୍କ ସହିତ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଦିଗପହଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ପୂର୍ବତନ ସରପଞ୍ଚ କେ. ହରିବନ୍ଧୁ ରେଡ୍ଡୀଙ୍କ ସମେତ ବିଭିନ୍ନ ପଞ୍ଚାୟତର ଭାଜପା କାର୍ଯ୍ୟକର୍ତ୍ତାମାନେ ବିଧାୟକଙ୍କୁ ସାକ୍ଷାତ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?