କୁମ୍ଭୀର ବଂଶ ବୃଦ୍ଧିକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୨୯ା୮: ବେଲୁନରେ ଅତ୍ୟଧିକ ପବନ ଭରିଲେ ଫାଟିଯାଏ। ଏହି ପରିସ୍ଥିତି ଜାତୀୟଉଦ୍ୟାନ ଭିତରକନିକା ଅଞ୍ଚଳରେ କୁମ୍ଭୀର ବଂଶ ବୃଦ୍ଧି କ୍ଷେତ୍ରରେ ଦେଖାଯାଇଛି। ଭିତରକନିକାର ସୀମିତ ଅଞ୍ଚଳରେ ଅତ୍ୟଧିକ କୁମ୍ଭୀର ପ୍ରଜନନ କେନ୍ଦ୍ରାପଡ଼ା ଜିଲା ସମେତ ନିକଟସ୍ଥ ଯାଜପୁର ଓ ଭଦ୍ରକ ଜିଲାରେ ଆତଙ୍କ ଖେଳାଇଛି।ପ୍ରତିମାସରେ କୁମ୍ଭୀର ଓ ମଣିଷ ଲଢ଼େଇ ଦେଖିବାକୁ ମିଳୁଛି। ସାଇନ୍‌ବୋର୍ଡରେ ସଚେତନତା କାର୍ଯ୍ୟକ୍ରମ ସୀମିତ ରହିଥିବା ବେଳେ ନଦୀ ନାଳ ଅଞ୍ଚଳରେ ଥିବା କୁମ୍ଭୀରକୁ ବାର୍ଷିକ ଗଣନାରେ ସାମିଲ କରାଯାଉନାହିଁ। ୧୯୯୧ରେ ଜାତୀୟଉଦ୍ୟାନରେ କୁମ୍ଭୀର ବଂଶବୃଦ୍ଧି ରୋକିବାକୁ କେନ୍ଦ୍ର ସରକାରଙ୍କ ବନ୍ୟ ଓ ପର୍ଯ୍ୟବରଣ ମନ୍ତ୍ରଣାଳୟରୁ ଚିଠି ଆସିଥିଲା। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀ ଓ ପରିବେଶବିତ୍‌ମାନେ ମତ ଦେଇଛନ୍ତି।
ଏସମ୍ପର୍କରେ ପରିବେଶବିତ୍‌ ତଥା କଇଁଛ ସୁରକ୍ଷା ସମିତିର ସମ୍ପାଦକ ହେମନ୍ତ କୁମାର ରାଉତ କହିଛନ୍ତି, ଲୁଣା କୁମ୍ଭୀର ପାଇଁ ଭିତରକନିକା ପ୍ରସିଦ୍ଧ। ଗତ ଜାନୁୟାରୀ ଗଣନା ଅନୁଯାୟୀ ଭିତରକନିକାରେ ୧୭୮୪ କୁମ୍ଭୀର ଅଛନ୍ତି। ସେଠାରେ ଧଳା କୁମ୍ଭୀର ସହ ଅନ୍ୟ ୨ ପ୍ରଜାତି କୁମ୍ଭୀର ମଧ୍ୟ ଦେଖାଗଲାଣି। ତେବେ ଜାତୀୟ ଉଦ୍ୟାନର ସୀମିତ ଅଞ୍ଚଳରେ ଏହି ସଂରକ୍ଷିତ ପ୍ରାଣୀଙ୍କ ବଂଶ ବୃଦ୍ଧି ଜିଲା ଓ ଅନ୍ୟ ଜିଲାରେ ଆତଙ୍କ ଖେଳାଇଛି। ଗତ ୧୦ ବର୍ଷର ହିସାବକୁ ନିଆଗଲେ ପ୍ରାୟ ଶତାଧିକ ଲୋକ କୁମ୍ଭୀର ଆକ୍ରମଣରେ ମୃତାହତ ହେଲେଣି। ସେହିପରି ଜାଲ ଓ ଅନ୍ୟ କାରଣରୁ ୨୫ରୁ ଊର୍ଦ୍ଧ୍ୱ କୁମ୍ଭୀରଙ୍କ ଜୀବନ ଗଲାଣି। ଗତ ୪ ମାସ ମଧ୍ୟରେ ୩ ଜଣଙ୍କ ଏହି କାରଣରୁ ମୃତ୍ୟୁ ଘଟିଛି। ସଂଖ୍ୟା ଗଣନାରେ ସାମିଲ ନ ଥିବା ନଦୀ ନାଳରେ କୁମ୍ଭୀର ବୁଲୁଥିବା ଦେଖି ସ୍ଥାନୀୟ ଅଞ୍ଚଳବାସୀଙ୍କ ସହିତ ଯାଜପୁରର କୟଁାଗୋଲା, ଦଶରଥପୁର, ଭଦ୍ରକର ବିଭିନ୍ନ ନଦୀକୂଳବାସୀ ଆତଙ୍କିତ ହେଉଛନ୍ତି। ଜାତୀୟ ଉଦ୍ୟାନ ବାହାରେ ଥିବା ଆଳି, ରାଜକନିକା, ପଟ୍ଟାମୁଣ୍ଡାଇ, ମହାକାଳପଡ଼ା ଓ ରାଜନଗରରେ କୁମ୍ଭୀର ପ୍ରତି ସାବଧାନ ସାଇନ୍‌ବୋର୍ଡରେ ସଚେତନତା କାର୍ଯ୍ୟକ୍ରମ ସୀମିତ ରହୁଥିବା ସେ କ୍ଷୋଭ ପ୍ରକାଶ କରିଛନ୍ତି। ଡେରାଡୁନସ୍ଥ ୱାଇଲ୍‌ଡଲାଇଫ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ପୂର୍ବତନ ବନ୍ୟପ୍ରାଣୀ ବିଶେଷଜ୍ଞ ବି.ସି. ଚୌଧୁରୀ କହିଛନ୍ତି, ସୀମିତ ଅଞ୍ଚଳରେ ଏହି ପ୍ରଜାତିର କୁମ୍ଭୀରଙ୍କ ଅତ୍ୟଧିକ ବଂଶବୃଦ୍ଧି ଚିନ୍ତାର କାରଣ ହେବା ସ୍ବାଭାବିକ କଥା। ଖାଦ୍ୟ, ପ୍ରଜନନ ପାଇଁ ପାର୍ଟନର, ବସା ସ୍ଥାପନ ସହିତ ଅନ୍ୟ ସମସ୍ୟା ରହିବ। ଯାହା କଳହର ସୂତ୍ରପାତ କରିବା ସହିତ ବଂଶବୃଦ୍ଧି ପାଇଁ ନିକଟସ୍ଥ ଅଞ୍ଚଳକୁ ବ୍ୟବହାର କରିବେ। ଏଠାରେ ଅତ୍ୟାଧିକ ବଂଶବୃଦ୍ଧିକୁ ରୋକିବା ପାଇଁ ୧୯୯୧ରେ କେନ୍ଦ୍ର ସରକାରଙ୍କ ବନ୍ୟ ଓ ପର୍ଯ୍ୟାବରଣ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। କୁମ୍ଭୀରର ଅତ୍ୟଧିକ ବଂଶବୃଦ୍ଧି ଯୋଗୁ ବର୍ଷା ଓ ବନ୍ୟା ସମୟରେ ବାହାର ଅଞ୍ଚଳକୁ ପଳାଇବା ସାଧାରଣ କଥା। ଫଳରେ ମଣିଷ ଓ କୁମ୍ଭୀର ଲଢ଼େଇ ବଢ଼ିବ। ଏହାକୁ ରୋକିବା ସହିତ ଲୁଣା ଅଞ୍ଚଳରେ ମାଛ ବଂଶ ବୃଦ୍ଧି ପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ବିଶେଷଜ୍ଞ ଡ. ସୁଧାକର କର କହିଛନ୍ତି, ୧୯୭୫ରେ ଭିତରକନିକାରେ କୁମ୍ଭୀର ସଂରକ୍ଷଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ସେତେବେଳେ ସଂରକ୍ଷଣ ଜରୁରୀ ଥିଲା। ୧୯୯୧ରେ ମନ୍ତ୍ରଣାଳୟର ନିର୍ଦ୍ଦେଶ ପରେ ୧୯୯୫ରେ ସଂରକ୍ଷଣ କାର୍ଯ୍ୟକ୍ରମକୁ ବନ୍ଦ ରଖାଗଲା। ଆରମ୍ଭ ସମୟରେ ମାତ୍ର ୯୪ଟି କୁମ୍ଭୀର ଥିବାବେଳେ ୨୦ ବର୍ଷରେ ଏହା ୧୦୦୦କୁ ବୃଦ୍ଧି ପାଇ ସାରିଥିଲା। ଏହାସତ୍ତ୍ୱେ ଏବେ ମଧ୍ୟ କୁମ୍ଭୀର ଅଣ୍ଡା ସଂଗ୍ରହ ଓ ହାଚେରୀରେ ସଂରକ୍ଷଣ କରାଯାଉଛି। ସୀମିତ ଅଞ୍ଚଳରେ କୁମ୍ଭୀରଙ୍କ ଅତ୍ୟଧିକ ବଂଶ ବୃଦ୍ଧି ସ୍ଥାନୀୟ ଅଞ୍ଚଳବାସୀଙ୍କ ପାଇଁ ଘାତକ ହେବ ବୋଲି ଡ. କର ମତ ରଖିଛନ୍ତି। ଏସମ୍ପର୍କରେ ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତି ଗତ ଦୁଇ ଦଶନ୍ଦୀ ପୂର୍ବେ କୁମ୍ଭୀର ସଂରକ୍ଷଣ କାର୍ଯ୍ୟକ୍ରମ ବନ୍ଦ ହୋଇଥିବା ସୂଚନା ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri