ପାଣି ଚିନ୍ତାରେ କନ୍ଧପଡ଼ାବାସୀ

ଢେଙ୍କାନାଳ ଅଫିସ, ୧୪।୧୨ ଢେଙ୍କାନାଳ ସଦର ବ୍ଲକ ଶୁଆଖାଇକାଟେଣୀ ପଞ୍ଚାୟତର କନ୍ଧପଡ଼ା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଗ୍ରାମରେ ଖୋଳାଯାଇଥିବା ବୋରୱେଲଟି ଅଚଳ ହୋଇପଡିଥିବାରୁ ୨ ମାସ ହେଲା ପିଇବା ପାଣି ଆସୁନି। ଗ୍ରାମବାସୀ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗକୁ ଜଣାଇବା ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ ନିଆଯାଉନାହିଁ। ସବୁଆଡୁ ନିରାଶ ହେବା ପରେ ଗ୍ରାମର ମହିଳାମାନେ ସୋମବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁଯାୟୀ, ଗ୍ରାମର ଲୋକସଂଖ୍ୟା ୭୦୦ରୁ ଅଧିକ। ଅଞ୍ଚଳବାସୀଙ୍କ ଜଳକଷ୍ଟ ଦୂର କରିବାକୁ ୫ ବର୍ଷ ତଳେ ଏକ ବୋରୱେଲ ଖୋଳାଯାଇଥିଲା। ନିମ୍ନମାନର ମୋଟର ପମ୍ପ ଲାଗିଥିବା ବେଳେ ୧୫ଦିନରେ ଖରାପ ହୋଇଯାଉଛି। ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ଜଣାଇବା ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଉନାହିଁ। ଉଚ୍ଚ କ୍ଷମତାସମ୍ପନ୍ନ ମୋଟର ଲଗାଇଲେ ଜଳକଷ୍ଟ ଦୂର ହୋଇପାରିବ ବୋଲି ସୁଭଦ୍ରା ବେହେରା, ଗୌରୀ ବେହେରା, ଉପମା ବେହେରା, ମୀନାକ୍ଷୀ ବେହେରା, ଯସ୍ମିନ ବେହେରା, ଅମୃତି ବେହେରା, ଅଶାନ୍ତି ବେହେରା, କେତନ ସାହୁ, ହଟ୍ଟକିଶୋର ସାହୁ, ସୁଦର୍ଶନ ବେହେରା, କୈଳାସଚନ୍ଦ୍ର ବେହେରା ପ୍ରମୁଖ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ନିର୍ବାହୀଯନ୍ତ୍ରୀ ସୁରେନ୍ଦ୍ର କୁମାର ବେହେରା କୁହନ୍ତି, ଗ୍ରାମ ବିକାଶ ପକ୍ଷରୁ କନ୍ଧପଡ଼ାରେ ବୋରୱେଲ ଖୋଳାଯାଇଥିଲା। ମୋଟର ପମ୍ପ ବାରମ୍ବାର ଖରାପ ହେଉଛି। ମଙ୍ଗଳବାର ୧ଏଚ୍‌ପିର ଏକ ମୋଟର ପମ୍ପ ଲଗାଯିବ। ସମସ୍ୟା ସମାଧାନ ନ ହେଲେ ଏହାକୁ ବଦଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri