ଖରା ପୂର୍ବରୁ ଘାରିଲାଣି ପାଣି ଚିନ୍ତା

ଢେଙ୍କାନାଳ ଅଫିସ, ୪।୨-ସରିନି ଶୀତ କି ଆରମ୍ଭ ହୋଇନି ଖରା। ହେଲେ ଏବେଠାରୁ ଢେଙ୍କାନାଳ ଜିଲାର ଶିଳ୍ପସମୃଦ୍ଧ ଓଡ଼ାପଡ଼ା ବ୍ଲକ କୁସୁପଙ୍ଗା ଗ୍ରାମ ୪ନଂ. ୱାର୍ଡ ଭଞ୍ଜସାହି ଓ ମହାରଥୀ ସାହିରେ ଜଳକଷ୍ଟ ଉତ୍କଟ ରୂପ ଧାରଣ କଲାଣି। ଆଗକୁ ଗ୍ରୀଷ୍ମ ଆସୁଥିବାବେଳେ ସମସ୍ୟା ଆହୁରି ବଢ଼ିବ ବୋଲି ଏବେଠାରୁ ଜଳଜଳ ହୋଇ ଦିଶିଲାଣି। ଅନ୍ୟପଟେ ବାରମ୍ବାର ଦାବିସତ୍ତ୍ୱେ ବ୍ଲକ କର୍ତ୍ତୃପକ୍ଷ ଏବଂ ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାର ତୁରନ୍ତ ପ୍ରତିକାର ଦାବିରେ ଗୁରୁବାର ଅଞ୍ଚଳବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଅଭିଯୋଗରୁ ଜଣାପଡ଼ିଛି, ଗ୍ରାମ ନିକଟରେ ବ୍ରାହ୍ମଣୀ ନଦୀରେ ଗୋଟିଏ ଇନଟେକ୍‌ ୱେଲ୍‌ ତିଆରି କରାଯାଇ ଗ୍ରାମକୁ ପାନିୟଜଳ ଯୋଗାଣର ସୁବିଧା କରାଯାଇଛି। ହେଲେ ଭଞ୍ଜସାହି ଓ ମହାରଥୀ ସାହିକୁ ପାଣି ପହଞ୍ଚତ୍ପାରୁନାହିଁ। ଗ୍ରାମର ଉପର ମୁଣ୍ଡରେ ଗୋଟିଏ ଓଭରହେଡ୍‌ ପାଣି ଟାଙ୍କି ରହିଥିଲେ ମଧ୍ୟ ଏଥିରୁ ସାହିକୁ ଜଳଯୋଗାଣ ପାଇଁ ବ୍ୟବସ୍ଥା କରାଯାଇନାହିଁ। ଏ ସଂକ୍ରାନ୍ତରେ ଗ୍ରାମବାସୀ ଗତମାସ ୪ ତାରିଖର ଓଡ଼ାପଡ଼ା ବିଡିଓଙ୍କୁ ଲିଖିତ ଭାବେ ଜଣାଇଥିଲା। ସମସ୍ୟା ସମ୍ପର୍କରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀଙ୍କୁ ମଧ୍ୟ ଅବଗତ କରାଯାଇଥିଲା। ଏହାସତ୍ତ୍ୱେ କୌଣସି ପଦକ୍ଷେପ ନିଆଗଲାନାହିଁ। ଫଳରେ ସମ୍ପୃକ୍ତ ଦୁଇସାହିର ଶତାଧିକ ବାସିନ୍ଦା ପାଣି ପାଇଁ ଡହଳବିକଳ ହେଉଛନ୍ତି। ଏହାର ତୁରନ୍ତ ସମାଧାନ ନ ହେଲେ ପ୍ରଶାସନକୁ ଅଚଳ କରି ଦିଆଯିବ ବୋଲି ଅସନ୍ତୁଷ୍ଟ ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ଏ ସଂକ୍ରାନ୍ତରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ସୁରେନ୍ଦ୍ର ବେହେରା କୁହନ୍ତି, ଅଭିଯୋଗ ପାଇଛୁ। କାମ ନେଇଥିବା ଠିକାଦାରଙ୍କ ସହିତ ଆଲୋଚନା କରାଯାଇଛି। ଶୁକ୍ରବାର ଗ୍ରାମକୁ ପାଣି ଯୋଗାଣର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri