ଖରା ପୂର୍ବରୁ ଘାରିଲାଣି ପାଣି ଚିନ୍ତା

ଢେଙ୍କାନାଳ ଅଫିସ, ୪।୨-ସରିନି ଶୀତ କି ଆରମ୍ଭ ହୋଇନି ଖରା। ହେଲେ ଏବେଠାରୁ ଢେଙ୍କାନାଳ ଜିଲାର ଶିଳ୍ପସମୃଦ୍ଧ ଓଡ଼ାପଡ଼ା ବ୍ଲକ କୁସୁପଙ୍ଗା ଗ୍ରାମ ୪ନଂ. ୱାର୍ଡ ଭଞ୍ଜସାହି ଓ ମହାରଥୀ ସାହିରେ ଜଳକଷ୍ଟ ଉତ୍କଟ ରୂପ ଧାରଣ କଲାଣି। ଆଗକୁ ଗ୍ରୀଷ୍ମ ଆସୁଥିବାବେଳେ ସମସ୍ୟା ଆହୁରି ବଢ଼ିବ ବୋଲି ଏବେଠାରୁ ଜଳଜଳ ହୋଇ ଦିଶିଲାଣି। ଅନ୍ୟପଟେ ବାରମ୍ବାର ଦାବିସତ୍ତ୍ୱେ ବ୍ଲକ କର୍ତ୍ତୃପକ୍ଷ ଏବଂ ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାର ତୁରନ୍ତ ପ୍ରତିକାର ଦାବିରେ ଗୁରୁବାର ଅଞ୍ଚଳବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଅଭିଯୋଗରୁ ଜଣାପଡ଼ିଛି, ଗ୍ରାମ ନିକଟରେ ବ୍ରାହ୍ମଣୀ ନଦୀରେ ଗୋଟିଏ ଇନଟେକ୍‌ ୱେଲ୍‌ ତିଆରି କରାଯାଇ ଗ୍ରାମକୁ ପାନିୟଜଳ ଯୋଗାଣର ସୁବିଧା କରାଯାଇଛି। ହେଲେ ଭଞ୍ଜସାହି ଓ ମହାରଥୀ ସାହିକୁ ପାଣି ପହଞ୍ଚତ୍ପାରୁନାହିଁ। ଗ୍ରାମର ଉପର ମୁଣ୍ଡରେ ଗୋଟିଏ ଓଭରହେଡ୍‌ ପାଣି ଟାଙ୍କି ରହିଥିଲେ ମଧ୍ୟ ଏଥିରୁ ସାହିକୁ ଜଳଯୋଗାଣ ପାଇଁ ବ୍ୟବସ୍ଥା କରାଯାଇନାହିଁ। ଏ ସଂକ୍ରାନ୍ତରେ ଗ୍ରାମବାସୀ ଗତମାସ ୪ ତାରିଖର ଓଡ଼ାପଡ଼ା ବିଡିଓଙ୍କୁ ଲିଖିତ ଭାବେ ଜଣାଇଥିଲା। ସମସ୍ୟା ସମ୍ପର୍କରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀଙ୍କୁ ମଧ୍ୟ ଅବଗତ କରାଯାଇଥିଲା। ଏହାସତ୍ତ୍ୱେ କୌଣସି ପଦକ୍ଷେପ ନିଆଗଲାନାହିଁ। ଫଳରେ ସମ୍ପୃକ୍ତ ଦୁଇସାହିର ଶତାଧିକ ବାସିନ୍ଦା ପାଣି ପାଇଁ ଡହଳବିକଳ ହେଉଛନ୍ତି। ଏହାର ତୁରନ୍ତ ସମାଧାନ ନ ହେଲେ ପ୍ରଶାସନକୁ ଅଚଳ କରି ଦିଆଯିବ ବୋଲି ଅସନ୍ତୁଷ୍ଟ ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ଏ ସଂକ୍ରାନ୍ତରେ ଗ୍ରାମ୍ୟ ଜଳଯୋଗାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ସୁରେନ୍ଦ୍ର ବେହେରା କୁହନ୍ତି, ଅଭିଯୋଗ ପାଇଛୁ। କାମ ନେଇଥିବା ଠିକାଦାରଙ୍କ ସହିତ ଆଲୋଚନା କରାଯାଇଛି। ଶୁକ୍ରବାର ଗ୍ରାମକୁ ପାଣି ଯୋଗାଣର ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri