ଅବହେଳାକୁ ନେଇ ଉଦ୍‌ବେଗ

ବାରିପଦା ଅଫିସ, ୩୦।୪

ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାବାସୀଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାକୁ ନେଇ ସରକାରୀ ସ୍ତରରେ ବିଭିନ୍ନ ଯୋଜନା ପ୍ରଣୟନ କରାଯାଉଛି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଗମନାଗମନ, ପାନୀୟଜଳ, ସ୍ବାସ୍ଥ୍ୟ ଓ ଶିକ୍ଷା ଦିଗରେ ମୟୂରଭଞ୍ଜ ଜିଲାପ୍ରଶାସନ ଅବହେଳା କରୁଥିବା ନେଇ ୫ମ ଜିଲା ଉନ୍ନୟନ ସମନ୍ବୟ ଓ କାର୍ଯ୍ୟକାରୀ କମିଟି(ଦିଶା) ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଛି। ବିଭାଗୀୟ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରୁ ନ ଥିବା ଓ ସେମାନଙ୍କ ନିଷ୍କ୍ରିୟତା ପାଇଁ ଏପରି ପରିସ୍ଥିତି ଉପୁଜି ଥିବା ଅଭିଯୋଗ ହୋଇଛି। ଏନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଅଧିକାରୀମାନଙ୍କୁ ତାଗିଦ୍‌ କରିଛନ୍ତି ା
ଶୁକ୍ରବାର ବାରିପଦାସ୍ଥିତ ମୁର୍ଗାବାଡ଼ି ପ୍ରୟାସ ହଲରେ ଅନୁଷ୍ଠିତ ବୈଠକରେ କେନ୍ଦ୍ରମନ୍ତ୍ରୀ ଟୁଡୁ ଅଧ୍ୟକ୍ଷତା କରିଥିଲେ। ଜିଲାପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦା, ବାରିପଦା ବିଧାୟକ ପ୍ରକାଶ ସୋରେନ, ବଡ଼ସାହି ବିଧାୟକ ସନାତନ ବିଜୁଳି, ସାରସକଣା ବିଧାୟକ ଡା.ବୁଢ଼ାନ ମୁର୍ମୁ, ଉଦଳା ବିଧାୟକ ଭାସ୍କର ମଢ଼େଇ ଓ ପିଡି ଡିଆରଡିଏ ପି.ଅନ୍ବେଷା ରେଡ୍ଡି ପ୍ରମୁଖ ଉପସ୍ଥିତ ଥିଲେ ା ଜିଲାରେ ଉପୁଜିଥିବା ବିଭିନ୍ନ ସମସ୍ୟା ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପାନୀୟଜଳ, ଗମନାଗମନ, ଏମଜିଏନ୍‌ଆର୍‌ଇଜିଏ ଯୋଜନା ଗୁଡିକର ସମୀକ୍ଷା କରାଯାଇଥିଲା। ଗତବର୍ଷ ଅତିରିକ୍ତ ଆବାସ ଗୃହ ପାଇଁ ୧ଲକ୍ଷ ୬୪ହଜାର ଗୃହ ଆବଶ୍ୟକତା ଥିବା ବେଳେ ୧ଲକ୍ଷ ୪୭ହଜାର ୪୯୪ଟି ଘର ପାଇଁ ଅର୍ଥ ମଞ୍ଜୁର ହେବାରେ ବିଳମ୍ବ ହୋଇଛି। ସେଥି ମଧ୍ୟରୁ ୧ଲକ୍ଷ ୪୬ହଜାର ପ୍ରକୃତ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ଅଧିକ ୫୦ହଜାର ଆବାସ ଗୃହର ଆବଶ୍ୟକତା ରହିଥିବା ବେଳେ ଆବେଦନକାରୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଆବାସ ଗୃହ ନିର୍ମାଣ ନିମନ୍ତେ ଆବଶ୍ୟକ ସରଞ୍ଜାମ ଗୁଡ଼ିକର ଅହେତୁକ ଦର ବୃଦ୍ଧି ହୋଇଥିବାରୁ ଅଧିକ ଅର୍ଥ ମଞ୍ଜୁର କରିବା ପାଇଁ ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି ଦାବି କରିଥିଲେ। ସେହିପରି ସୀମାନ୍ତରେ ଥିବା ଗ୍ରାମ ଗୁଡ଼ିକରେ ରାସ୍ତା ଓ ପାନୀୟ ଜଳ ସମସ୍ୟା ସମ୍ପର୍କରେ ଯଶିପୁର ବିଧାୟକ ଗଣେଶରାମ ସିଂଖଣ୍ଟିିଆ କହିିଥିଲେ। ଅଦ୍ୟାବଧି ଶିମିଳିପାଳ ସଂଲଗ୍ନ ୨୨ଟି ଗ୍ରାମକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇ ନ ଥିବାରୁ ଅଞ୍ଚଳବାସୀ ଅନ୍ଧାରରେ ରହି ଆସୁଛନ୍ତି। ସେହିପରି ବିଭିନ୍ନ ସ୍ଥାନରେ ବିନା ସଂଯୋଗରେ ବିଦ୍ୟୁତ୍‌ ବିଲ ଆସୁଥିବା ନେଇ ବିଭାଗୀୟ ଅଧିକାରୀଙ୍କୁ ଜଣାଯାଇଛି। ଗ୍ରୀଷ୍ମ ପ୍ରବାହକୁ ନେଇ ବିଭିନ୍ନ ସ୍ଥାନରେ ଦେଖାଦେଇଥିବା ଜଳକଷ୍ଟ ଦୂର କରିବାକୁ ତ୍ୱରିତ ପଦକ୍ଷେପ ଗ୍ରହଣ ଲାଗି ବୈଠକରେ ଅଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri