ଉଦ୍‌ବେଗ ପ୍ରକାଶ କଲେ ଏନ୍‌ସିଡବ୍ଲ୍ୟୁ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ସାଇନ ଇଂଲିଶ ମିଡିୟମ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାକୁ ନେଇ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା ଶର୍ମା ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ହତ୍ୟା ଘଟଣାରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅଧ୍ୟକ୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟୁଇଟ୍‌ କରିବା ସହ ଚିଠି ଲେଖିଛନ୍ତି। ଏହାର ଗମ୍ଭୀରତାକୁ ଦେଖି କମିଶନ ନିଜ ଆଡୁ ମାମଲାକୁ ନେବା ସହ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଅଭିଯୁକ୍ତ ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି।
ଉଦ୍‌ବେଗ ପ୍ରକାଶ କଲେ। ଏଥିସହିତ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ସହ ମୃତ ଅଧ୍ୟକ୍ଷାଙ୍କ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ଏନ୍‌ସିଡବ୍ଲ୍ୟୁ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟଙ୍କୁ ମଧ୍ୟ ଜଣାଇଛନ୍ତି। ନିର୍ଦ୍ଧାରିତ ସମୟରେ ଏହି ଘଟଣାର ତଦନ୍ତ ଶେଷ କରି ଯଥାଶୀଘ୍ର ପଦପେକ୍ଷ ସମ୍ପର୍କରେ ଜଣାଇବାକୁ ସେ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷରେ ଏହି ଘଟଣାକୁ ଓଡ଼ିଶା ରାଜ୍ୟ ମହିଳା କମିଶନ (ଓଏସ୍‌ଡବ୍ଲ୍ୟୁସି) ମଧ୍ୟ ଗୁରୁତର ସହ ନେଇଛନ୍ତି। କମିଶନ ଅଧ୍ୟକ୍ଷା ମିନତୀ ବେହେରା ଘଟଣା ସମ୍ପର୍କରେ କଳାହାଣ୍ଡି ଓ ବଲାଙ୍ଗୀର ଏସ୍‌ପିଙ୍କଠାରୁ ରିପୋର୍ଟ ତଲବ କରିଛନ୍ତି। କମିଶନ ଅଧ୍ୟକ୍ଷା କହିଛନ୍ତି ଯେ ଆସନ୍ତା ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ଉଭୟ ଜିଲାର ଏସ୍‌ପିଙ୍କୁ କୁହାଯାଇଛି। ଘଟଣାରେ ଜଡ଼ିତ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି। ଏହି ଘଟଣାରେ ଯେଉଁମାନେ ସମ୍ପୃକ୍ତ ଥିବେ ଆଇନ ଅନୁଯାୟୀ ନିଶ୍ଚିତ ଭାବେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଦୋଷୀଙ୍କୁ ନିଶ୍ଚିତ ଦଣ୍ଡ ମିଳିବ ବୋଲି ସେ କହିଛନ୍ତି।
ସ୍କୁଲ ଅଧ୍ୟକ୍ଷାଙ୍କ ହତ୍ୟା ଘଟଣାକୁ ନେଇ ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ବିରୋଧୀ କଂଗ୍ରେସ ଓ ଭାଜପା ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଥିବା ବେଳେ ଏଥିରେ ସମ୍ପୃକ୍ତ ଥିବା ଶିଳ୍ପ ତଥା ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ରାଜ୍ୟ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ଯୁଦ୍ଧବିରତିକୁ ନେଇ ଖାମେନେଇଙ୍କ ବଡ଼ ବୟାନ, କହିଲେ ଟ୍ରମ୍ପ…

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଉଭୟ ଦେଶ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି । ଏହି ସମୟରେ,…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri