ଉଦ୍‌ବେଗ ପ୍ରକାଶ କଲେ ଏନ୍‌ସିଡବ୍ଲ୍ୟୁ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ସାଇନ ଇଂଲିଶ ମିଡିୟମ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାକୁ ନେଇ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା ଶର୍ମା ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ହତ୍ୟା ଘଟଣାରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଅଧ୍ୟକ୍ଷା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟୁଇଟ୍‌ କରିବା ସହ ଚିଠି ଲେଖିଛନ୍ତି। ଏହାର ଗମ୍ଭୀରତାକୁ ଦେଖି କମିଶନ ନିଜ ଆଡୁ ମାମଲାକୁ ନେବା ସହ ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଅଭିଯୁକ୍ତ ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି।
ଉଦ୍‌ବେଗ ପ୍ରକାଶ କଲେ। ଏଥିସହିତ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ସହ ମୃତ ଅଧ୍ୟକ୍ଷାଙ୍କ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ଏନ୍‌ସିଡବ୍ଲ୍ୟୁ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଅଭୟଙ୍କୁ ମଧ୍ୟ ଜଣାଇଛନ୍ତି। ନିର୍ଦ୍ଧାରିତ ସମୟରେ ଏହି ଘଟଣାର ତଦନ୍ତ ଶେଷ କରି ଯଥାଶୀଘ୍ର ପଦପେକ୍ଷ ସମ୍ପର୍କରେ ଜଣାଇବାକୁ ସେ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷରେ ଏହି ଘଟଣାକୁ ଓଡ଼ିଶା ରାଜ୍ୟ ମହିଳା କମିଶନ (ଓଏସ୍‌ଡବ୍ଲ୍ୟୁସି) ମଧ୍ୟ ଗୁରୁତର ସହ ନେଇଛନ୍ତି। କମିଶନ ଅଧ୍ୟକ୍ଷା ମିନତୀ ବେହେରା ଘଟଣା ସମ୍ପର୍କରେ କଳାହାଣ୍ଡି ଓ ବଲାଙ୍ଗୀର ଏସ୍‌ପିଙ୍କଠାରୁ ରିପୋର୍ଟ ତଲବ କରିଛନ୍ତି। କମିଶନ ଅଧ୍ୟକ୍ଷା କହିଛନ୍ତି ଯେ ଆସନ୍ତା ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ଉଭୟ ଜିଲାର ଏସ୍‌ପିଙ୍କୁ କୁହାଯାଇଛି। ଘଟଣାରେ ଜଡ଼ିତ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି। ଏହି ଘଟଣାରେ ଯେଉଁମାନେ ସମ୍ପୃକ୍ତ ଥିବେ ଆଇନ ଅନୁଯାୟୀ ନିଶ୍ଚିତ ଭାବେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଦୋଷୀଙ୍କୁ ନିଶ୍ଚିତ ଦଣ୍ଡ ମିଳିବ ବୋଲି ସେ କହିଛନ୍ତି।
ସ୍କୁଲ ଅଧ୍ୟକ୍ଷାଙ୍କ ହତ୍ୟା ଘଟଣାକୁ ନେଇ ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ବିରୋଧୀ କଂଗ୍ରେସ ଓ ଭାଜପା ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଥିବା ବେଳେ ଏଥିରେ ସମ୍ପୃକ୍ତ ଥିବା ଶିଳ୍ପ ତଥା ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ରାଜ୍ୟ ମନ୍ତ୍ରିମଣ୍ଡଳରୁ ବହିଷ୍କାର କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri