ଚିନ୍ତାରେ ଯାତ୍ରୀ, ଅଞ୍ଚଳବାସୀ

ଖଇରା,୨୦।୧୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଅଞ୍ଚଳର ପ୍ରମୁଖ ସଡ଼କ ପଥ ସୋର-କୁପାରୀ ପୂର୍ତ୍ତ ବିଭାଗ ରାସ୍ତାରେ ବହୁ ସଂଖ୍ୟକ ଚିପ୍ସ ଓ ପଥର ବୋଝେଇ ଟ୍ରକ୍‌ ଚଳଚଳାକୁ ନେଇ ଯାତ୍ରୀ ଓ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ିଛି। ଦିନତମାମ ବଡ଼ ବଡ଼ ଟ୍ରେଲର,ଡମ୍ପର ଏହି ରାସ୍ତାଦେଇ ୭୦ଟନରୁ ଊର୍ଦ୍ଧ୍ୱ ମାଲ ଖଣି ଓ କ୍ରସରରୁ ନେଇ ବିଭିନ୍ନ ଅଞ୍ଚଳକୁ ଯାତାୟାତ କରୁଥିବା ବେଳେ ଏବେ ରାସ୍ତା ସଂଲଗ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଆତଙ୍କିତ ଅବସ୍ଥାରେ ଯାତାୟାତ କରୁଛନ୍ତି। ୧୫ଦିନ ମଧ୍ୟରେ ରାସ୍ତାଟି ଭାଙ୍ଗିରୁଜି ଗଲାଣି। ତୁରନ୍ତ ଏହି ଭାରୀଯାନ ଚଳାଚଳ ନିଷିିଦ୍ଧ କରିବାକୁ ବିଭିନ୍ନ ସଙ୍ଗଠନ ତଥା ଅବିଭାବକମାନଙ୍କ ପକ୍ଷରୁ ଜିଲା ଆଞ୍ଚଳିକ ପରିବହନ ଅଧିକାରୀଙ୍କ ନିକଟରେ ଦାବି କରାଯାଇଛି। ଉକ୍ତ ରାସ୍ତାଟି ପାଖାପାଖି ୩ବର୍ଷ ତଳେ ଶେଷ ହୋଇଥିଲା। ଦୈନିକ ହଜାର ହଜାର ଲୋକ ଏହି ରାସ୍ତାରେ ମୟୂରଭଞ୍ଜ, ବାଲେଶ୍ୱର,ଭଦ୍ରକ ଓ କେନ୍ଦୁଝରକୁ ଯିବା ଆସିବା କରନ୍ତି। ନିକଟରେ ଶାରିଶୁଆ ପାହଡ଼ରେ ବିଭିନ୍ନ ଖଣି ଖୋଳା କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ପ୍ରଥମେ ଛୋଟ ଛୋଟ ଟ୍ରକ୍‌ ଚିପ୍ସ, ମେଟାଲ ଓ ପଥର ବୋଝେଇ କରି ଯିବାଆସିବା ଆରମ୍ଭ କରିଥିଲେ। ଏବେ ୧୫ଦିନ ହେଲା ପଶ୍ଚିମବଙ୍ଗରୁ ୧୬ଚକ ଓ ୧୮ଚକ ବିଶିଷ୍ଟ ଗାଡ଼ି ଦୈନିକ ଶହ ଶହ ସଂଖ୍ୟାରେ ଯାତାୟାତ କରୁଥିବାରୁ ରାସ୍ତା ନଷ୍ଟ ହେବାରେ ଲାଗିଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ସଙ୍ଗୀତା ସାହୁଙ୍କୁ ପଚାରିବାରେ ୧୦ଟନ୍‌ ଲୋଡ୍‌ ନେବାପାଇଁ ଏହି ରାସ୍ତାର ସାମର୍ଥ୍ୟ ଥିବା ବେଳେ ୭୦ ଓ ୮୦ଟନ ବିଶିଷ୍ଟ ଗାଡ଼ି ବାହାର ରାଜ୍ୟକୁ ଚାଲାଣ କରାଯାଉଥିବାରୁ ରାସ୍ତାର ସ୍ଥାୟିତ୍ୱ ଉପରେ ପ୍ରଭାବ ପକାଇବା ନିଶ୍ଚିତ ବୋଲି କହିଛନ୍ତି। ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ରଶ୍ମି ରଞ୍ଜନ ଦଳବେହେରାଙ୍କୁ ପଚାରିବାରେ ଲିଖିତ ଭାବେ ଅଭିଯୋଗ କରାଗଲେ ଗାଳି ଚଳାଚଳ ଉପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri