Posted inଜାତୀୟ

ଗୁଜରାଟରେ ଭାଜପାର ଚିନ୍ତା ବଢ଼ିଲା, ଟିକଟ ପାଇ ନ ଥିବା ୫ ନେତା ସ୍ବାଧୀନ ଭାବେ ଲଢ଼ିବାକୁ ଦେଲେ ଧମକ…

ଅହମଦାବାଦ,୧୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିକଟ କଟାଯାଇଥିବା ବିଧାୟକମାନେ ଦଳ ବିରୋଧରେ ବିଦ୍ରୋହ କରିବାର ଆଶଙ୍କା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସଳର ଜଣେ ସିଟିଂ ବିଧାୟକ ଏବଂ ଚାରିଜଣ ପୂର୍ବତନ ବିଧାୟକ ସ୍ବାଧୀନ ପ୍ରାର୍ଥୀ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଧମକ ଦେଇଛନ୍ତି।

ସେହିପରି ଦଳର କିଛି ଅସନ୍ତୁଷ୍ଟ ନେତା କହିଛନ୍ତି ଯେ ସେମାନେ ସେମାନଙ୍କ ସମର୍ଥକଙ୍କ ସହ ପରାମର୍ଶ କରିବା ପରେ ପରବର୍ତ୍ତୀ ପଦକ୍ଷେପ ନେବେ। ପୂର୍ବତନ ଭାଜପା ବିଧାୟକ ହର୍ଷଦ ଭାସାଭା ନନ୍ଦୋଦ ଅନୁସୂଚିତ ଜନଜାତି ସଂରକ୍ଷିତ ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ହର୍ଷଦ ଭାସାଭା ଭାଜପାର ଗୁଜୁରାଟ ୟୁନିଟର ଅନୁସୂଚିତ ଜନଜାତି ମୋର୍ଚ୍ଚାର ସଭାପତି। ସେ ୨୦୦୨ ରୁ ୨୦୦୭ପର୍ଯ୍ୟନ୍ତ ଏବଂ ୨୦୦୭ରୁ ୨୦୧୨ ପର୍ଯ୍ୟନ୍ତ ରାଜପିପ୍ଲା ଆସନକୁ ପ୍ରତିନିଧିତ୍ୱ କରିଥିଲେ। ନର୍ମଦା ଜିଲାର ନନ୍ଦୋଦ ଆସନ ବର୍ତ୍ତମାନ କଂଗ୍ରେସ ଦଖଲରେ ରହିଛି। ଏହି ଆସନରୁ ଭାଜପା ଦର୍ଶନ ଦେଶମୁଖଙ୍କୁ ଟିକଟ ଦେଇଛି। ଏହି ଘୋଷଣାକୁ ନେଇ ଅସନ୍ତୁଷ୍ଟ ହର୍ଷଦ ଭାସାଭା ଭାଜପାରେ ଥିବା ନିଜପଦରୁ ଇସ୍ତଫା ଦେଇଛନ୍ତି ଏବଂ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ସେହିପରି ବଡୋଦରାର ୬ଥର ବିଧାୟକ ରହିଥିବା ମଧୁ ଶ୍ରୀବାସ୍ତବ ଟିକଟ ନ ମିଳିବା କାରଣରୁ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବାକୁ ଚାହୁଁଛନ୍ତି। ଅପରପକ୍ଷରେ ପାଦରା ଆସନର ପୂର୍ବତନ ବିଧାୟକ ଦିନେଶ ପଟେଲ ସ୍ବାଧୀନଭାବେ ନିର୍ବାଚନ ଲଢ଼ିବାକୁ ଯୋଜନା କରିଛନ୍ତି।

କରଜନରେ ସତୀଶ ପଟେଲ ମଧ୍ୟ ଟିକଟ ନ ପାଇ ବିଦ୍ରୋହୀ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଜୁନାଗଡ଼ର କିଶୋଦ ଆସନରୁ ଲଢ଼ିବା ପାଇଁ ପୂର୍ବତନ ବିଧାୟକ ଅରବିନ୍ଦ ଲଡ଼ାନୀ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଇତିମଧ୍ୟରେ ରାଜ୍ୟର ୧୮୨ ବିଧାନସଭା ଆସନ ପାଇଁ ଭାଜପା ୧୬୬ ପ୍ରାର୍ଥୀଙ୍କ ନାମ ଘୋଷଣା କରି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?