ଚିନ୍ତା ବଢାଇଲାଣି ତେଳ ଦର; ଜାଣନ୍ତୁ ଦର ବୃଦ୍ଧିର କାରଣ

ନୂଆଦିଲ୍ଲୀ,୨୫।୬: ଘରୋଇ ବଜାରରେ ପ୍ରଥମ ଥର ପାଇଁ ପେଟ୍ରୋଲଠାରୁ ଡିଜେଲର ଦର ମହଙ୍ଗା ହୋଇଛି। ବୁଧବାର ଡିଜେଲ ଉପରେ ଲିଟର ପିଛା ଦର ୪୮ ପଇସା ବୃଦ୍ଧି ପାଇଛି। ସେହି ହିସାବରେ ପୂର୍ବ ତୁଳନାରେ ପେଟ୍ରୋଲ ଦର ମଧ୍ୟ ସ୍ଥିର ରହିଛି। ବର୍ତ୍ତମାନ ଡିଜେଲ ଦର କ୍ରମାଗତ ଭାବେ ବୃଦ୍ଧି ପାଇବା ଫଳରେ ଲିଟର ପିଛା ୧୦.୫୦ ଟଙ୍କା ବଢିଛି। ଏହାର ପ୍ରଭାବ ତୈଳ ବଜାର ଉପରେ ପଡୁଛି। ଏହି ଦର ବୃଦ୍ଧି ଫଳରେ ବୁଧବାର ନୂଆଦିଲ୍ଲୀରେ ପେଟ୍ରୋଲ ଦର ଅପରିବର୍ତ୍ତିତ ୭୯.୭୬ ଟଙ୍କା ଥିବା ବେଳେ ଡିଜେଲ ଦର ୭୯.୪୦ ଟଙ୍କାରୁ ବୃଦ୍ଧି ହୋଇ ୭୯.୮୮ ଟଙ୍କାରେ ପହଞ୍ଚତ୍ଛି। ଗତ ୧୮ଦିନ ମଧ୍ୟରେ ଦିଲ୍ଲୀରେ ପେଟ୍ରୋଲ ଉପରେ ଲିଟର ପିଛା ୯.୪୧ ଟଙ୍କା ଏବଂ ଡିଜେଲ ଉପରେ ୯.୫୮ ଟଙ୍କା ବଢିଛି। ସେହିଭଳି ଭୁବନେଶ୍ୱରର ପେଟ୍ରୋଲ ଲିଟର ପିଛା ୮୦.୩୧ ଟଙ୍କା ଓ ଡିଜେଲ ଲିଟର ପିଛା ୭୮.୦୪ ଟଙ୍କା ଛୁଇଁଛି। ଦେଶର କରୋନା ସଂକ୍ରମଣ ସମୟରେ କ୍ରମାଗତ ତେଲ ଦର ବୃଦ୍ଧି ସବୁ ବର୍ଗର ଗ୍ରାହକଙ୍କୁ ଚିନ୍ତାରେ ପକାଇଛି। ଗତ ୧୮ ଦିନ ମଧ୍ୟରେ ତେଲ ଦର ବୃଦ୍ଧି ପାଇ ଚାଲିଛି। ଅନ୍ତର୍ଜାତୀୟ ତୈଳ ବଜାରର ଦର ହ୍ରାସ ନ ହେବା ପର୍ଯ୍ୟନ୍ତ ତେଲ ଦର ବୃଦ୍ଧିରେ ରୋକ ଲାଗିବା ଅସମ୍ଭବ ବୋଲି ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡିକ ସ୍ପଷ୍ଟ କରିଛନ୍ତି। କମ୍ପାନୀଗୁଡିକ ପକ୍ଷରୁ କୁହାଯାଇଛି ଯେ, ସରକାରଙ୍କ ପକ୍ଷରୁ ଲାଗୁ ହେଉଥିବା ବିଭିନ୍ନ ଶୁଳ୍କ ଯୋଗୁ ତେଲ ଦର ବୃଦ୍ଧି ହେଉଛି। ଚଳିତ ମାସ ଜୁନ ୭ ରୁ ଆଜି ପର୍ଯ୍ୟନ୍ତ (ବୁଧବାର) ଦେଶର ତେଲ ଦରରେ ବିରତି ଲାଗୁ ନାହିଁ। ଏହି ସମୟ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୮.୫୦ ଟଙ୍କା ଏବଂ ଡିଜେଲ ୧୦.୫୦ ଟଙ୍କା ବଢିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?