ଚିନ୍ତା ବଢ଼ାଇଲାଣି ସଂକ୍ରମଣ

ନୂଆଦିଲ୍ଲୀ,୧୬।୩: କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଗୋଟିଏ ଦିନରେ ଦେଶରେ ମୋଟ ୨୬,୨୯୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୧୮ ଜଣଙ୍କ ଜୀବନ ଯାଇଛି। ନୂଆ ମାମଲାର ୭୮.୪୧ ପ୍ରତିଶତ କେବଳ ୫ଟି ରାଜ୍ୟରେ ଦେଖିବାକୁ ମିଳିଛି। ସେଗୁଡ଼ିକ ହେଲେ ମହାରାଷ୍ଟ୍ର, ପଞ୍ଜାବ, କର୍ନାଟକ, ଗୁଜରାଟ ଓ ତାମିଲନାଡୁ। ମହାରାଷ୍ଟ୍ରରେ ଗୋଟିଏ ଦିନରେ ସର୍ବାଧିକ ୧୬,୬୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ଯାହା ମୋଟ ସଂକ୍ରମଣର ୬୩.୨୧ ପ୍ରତିଶତ। ଏହା ପଛକୁ କେରଳରେ ୧,୭୯୨ ଏବଂ ପଞ୍ଜାବରେ ୧,୪୯୨ ଜଣ ସଂକ୍ରମିତ ହୋଇଛନ୍ତି। ମଧ୍ୟପ୍ରଦେଶ, ଦିଲ୍ଲୀ, ହରିୟାଣାରେ ମଧ୍ୟ ସଂକ୍ରମଣ ବଢ଼ୁଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। କେରଳରେ କିଛିଦିନ ସଂକ୍ରମଣ ବଢ଼ିବା ପରେ ଏବେ ଖସିବା ଆରମ୍ଭ କରିଛି।
ଭାରତରେ ମୋଟ ସକ୍ରିୟ ମାମଲା ସଂଖ୍ୟା ୨,୧୯,୧୬୨ ରହିଛି, ଯାହା ମୋଟ ସଂକ୍ରମଣର ୧.୯୩ ପ୍ରତିଶତ। କେବଳ ମହାରାଷ୍ଟ୍ରରେ ସକ୍ରିୟ ମାମଲା ସଂଖ୍ୟା ୫୮ ପ୍ରତିଶତ ରହିଛି। ଜନସାଧାରଣ ସାମାଜିକ ଦୂରତ୍ୱ ନ ମାନିବା ଓ ଅନ୍ୟାନ୍ୟ ଗାଇଡ୍‌ଲାଇନ ପାଳନ ନ କରିବା ସଂକ୍ରମଣ ବୃଦ୍ଧିର କାରଣ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ କହିଛନ୍ତି। ଗତବର୍ଷ ଭଳି ଏବର୍ଷ ମଧ୍ୟ କୋଭିଡ୍‌-୧୯ ପ୍ରତି ସମାନ ସତର୍କତା ଅବଲମ୍ବନ କରିବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।
କ୍ରମାଗତ ୭ ଦିନ ହେଲା ଦେଶରେ ସଂକ୍ରମଣ ସଂଖ୍ୟା ୨୦ ହଜାର ଉପରେ ରହିଛି। ଗତବର୍ଷ ଡିସେମ୍ବର ୨୦ରେ ନୂଆ ସଂକ୍ରମଣ ୨୬,୬୨୪ ଥିଲା। ପରେ ଏହି ସଂଖ୍ୟା କମିବା ଆରମ୍ଭ କରିଥିଲା। କରୋନା ସଂକ୍ରମଣରେ ଭାରତ ତୃତୀୟ ସ୍ଥାନରେ ରହିଛି। ଆମେରିକା ପ୍ରଥମ ସ୍ଥାନରେ ରହିଥିବାବେଳେ ଶନିବାର ବ୍ରାଜିଲ ଭାରତକୁ ଟପି ଦ୍ୱିତୀୟ ସ୍ଥାନରେ ପହଞ୍ଚତ୍ଛି। ସଂକ୍ରମଣର ମୁକାବିଲା ପାଇଁ ଭାରତରେ ଟିକାକରଣକୁ ଜୋର୍‌ଦାର କରାଯାଇଛି। ସୋମବାର ସୁଦ୍ଧା ଦେଶରେ ମୋଟ ୩.୧୫ କୋଟି କୋଭିଡ୍‌ ଟିକା ଦିଆଗଲାଣି। ୭୩,୫୫,୭୫୫ ସ୍ବାସ୍ଥ୍ୟ କର୍ମଚାରୀ ପ୍ରଥମ ଡୋଜ୍‌ ଏବଂ ୪୩,୦୫,୧୧୮ ଜଣ ଦ୍ୱିତୀୟ ଡୋଜ୍‌ ଟିକା ନେଇଛନ୍ତି। ସେହିପରି ୭୩,୪୦,୪୨୩ ଆଗଧାଡ଼ିର କର୍ମଚାରୀ ପ୍ରଥମ ଡୋଜ୍‌ ଏବଂ ୧୧,୫୦,୫୩୫ ଜଣ ଦ୍ୱିତୀୟ ଡୋଜ୍‌ ନେଇଛନ୍ତି। ୪୫ ବର୍ଷରୁ ଊର୍ଦ୍ଧ୍ୱ ଅନ୍ୟାନ୍ୟ ରୋଗ ଥିବା ୧୪,୬୪,୦୧୪ ଜଣ ଏବଂ ୬୦ ବର୍ଷରୁ ଊର୍ଦ୍ଧ୍ୱ ୮୨,୯୨,୧୯୩ ଜଣ ଟିକାର ପ୍ରଥମ ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି।

୧୭ରେ ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେବେ ମୋଦି

ଦେଶର ୮ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏହାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସ୍ଥିତି ଓ ଟିକାକରଣ ଅଭିଯାନ ସମ୍ପର୍କରେ ୧୭ ତାରିଖରେ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହେବେ। ଟିକାକରଣ ବଢ଼ାଇବାକୁ କେନ୍ଦ୍ର ସରକାର ଚାହୁଁଛନ୍ତି। ବୁଧବାର ମଧ୍ୟାହ୍ନ ୧୨ଟା ୩୦ରେ ଭିଡିଓ କନ୍‌ଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ମହାମାରୀ ବେଳେ ମୋଦି ଅନେକ ଥର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଥିଲେ। ଟିକାକରଣ ପୂର୍ବରୁ ଜାନୁୟାରୀରେ ଶେଷ ଥର ପାଇଁ ଆଲୋଚନା ହୋଇଥିଲା। ସ୍ବାସ୍ଥ୍ୟ କର୍ମଚାରୀ ଓ ଆଗଧାଡ଼ିର କୋଭିଡ୍‌ ଯୋଦ୍ଧାମାନଙ୍କ ଟିକାକରଣ ଖର୍ଚ୍ଚ ସରକାର ବହନ କରିବେ ବୋଲି ସେତେବେଳେ ପ୍ରଧାନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri