ବସ୍‌ ଚଳାଚଳ ବନ୍ଦ ପରେ ବଢ଼ିଲା ଚିନ୍ତା

ଭୁବନେଶ୍ୱର,୬ା୫(ବ୍ୟୁରୋ):କରୋନାର ପ୍ରଥମ ଲହର ପରେ ଯାତ୍ରୀ ଅଭାବ ସାଙ୍ଗକୁ ଦ୍ୱିତୀୟ ଲହରଜନିତ ଲକ୍‌ଡାଉନ ଘରୋଇ ବସ୍‌ ସେବାକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଛି। ସେହିପରି ବୁଧବାରଠାରୁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଥିବାରୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଫଳରେ ବସ୍‌ ମାଲିକ ଏବଂ ଏହା ଉପରେ ନିର୍ଭର କରୁଥିବା ପ୍ରାୟ ୪୨ ହଜାର କର୍ମଚାରୀଙ୍କ ମଧ୍ୟରେ ଚିନ୍ତା ବଢ଼ିଯାଇଛି। ବସ୍‌ ଚାଲୁ ନ ଥିବାରୁ ୩ ମାସର ଟିକସ ଛାଡ଼ କରିବା, ଋଣ କିସ୍ତି ଘୁଞ୍ଚାଇବା, ବୀମା ୩ ମାସ ଯାଏ ଘୁଞ୍ଚାଇବାକୁ ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ଦାବି କରାଯାଇଛି। ସଂଘର ମୁଖପାତ୍ର ଦେବାଶିଷ ନାୟକ କହିଛନ୍ତି, କରୋନା ଯୋଗୁ ବସ୍‌ ମାଲିକମାନେ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ରାଜ୍ୟ ସରକାର ଏପ୍ରିଲ, ମେ, ଜୁନ୍‌ ୩ ମାସ ଯାଏ ଟିକସ ଛାଡ଼ କରିବା ସହ ଋଣ ବାବଦରେ ଦିଆଯାଉଥିବା କିସ୍ତିକୁ ମଧ୍ୟ ୩ ମାସ ଛାଡ଼ କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି। ଅପରପକ୍ଷରେ ରାଜ୍ୟ ସରକାର ଗତବର୍ଷ ବସ୍‌ଗୁଡ଼ିକ ଉପରୁ ୩ ମାସର ଟିକସ ଛାଡ଼ କରିଥିଲେ। ଚଳିତ ବର୍ଷ ମଧ୍ୟ ଟିକସ ଛାଡ଼ କରିବା ନେଇ ସରକାର ବିଚାର କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଏ ନେଇ ଘୋଷଣା କରାଯିବ ବୋଲି ପରିବହନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।
ପ୍ରକାଶ ଯେ, ରାଜ୍ୟରେ ୧୪ ହଜାର ବସ୍‌ ଚଳାଚଳ କରୁଛି। ଏହା ବନ୍ଦ ହେବାରୁ ଏହା ନିର୍ଭର କରୁଥିବା କର୍ମଚାରୀ ଜୀବିକା ହରାଇ ଦୟନୀୟ ପରିସ୍ଥିତି ଦେଇ ଗତି କରୁଛନ୍ତି। ୨୦୨୦ ଜୁନ୍‌ ମାସ ପରେ ଯଦିଓ ଲକ୍‌ଡାଉନ କୋହଳ କରାଯାଇଥିଲା ଏହା ସତ୍ତ୍ୱେ ରାଜ୍ୟରେ ବସ୍‌ ଚଳାଚଳ ସ୍ବାଭାବିକ ହୋଇପାରି ନ ଥିଲା। କୋଭିଡ୍‌-୧୯ ସଂକ୍ରମଣ ଭୟରେ ଯାତ୍ରୀ ପରିବହନ ବହୁ ମାତ୍ରାରେ ବାଧାପ୍ରାପ୍ତ ହୋଇଥିଲା। ଫଳରେ ବସ୍‌ ଖର୍ଚ୍ଚ ଉଠାଇବା ମାଲିକମାନଙ୍କ ପକ୍ଷେ କଷ୍ଟକର ହୋଇପଡ଼ିଥିଲା। ଅଣ୍ଟା ସଳଖି ଛିଡ଼ାହେବା ବେଳକୁ ଚଳିତ ବର୍ଷ ପୁଣି କରୋନାର ଦ୍ୱିତୀୟ ଲହର ପରିସ୍ଥିତିକୁ ଆହୁରି ବିଗାଡ଼ି ଦେଇଛି। ମେ’ ୫ ତାରିଖରୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇ ଯାଇଥିବାରୁ କର୍ମଚାରୀମାନଙ୍କୁ ଦରମା ଦେବା, ଗାଡ଼ିର ବୀମା ଓ ଋଣ କିସ୍ତି ଶୁଝିବା ନେଇ ମାଲିକମାନଙ୍କ ପକ୍ଷେ ବଡ଼ ସମସ୍ୟା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri