ଚିନ୍ତା ବଢ଼ାଇଛି ସାଇବର ଅପରାଧ, ୨ରୁ ଗଡ଼ିବ ସଚେତନତା ରଥ

ଭୁବନେଶ୍ୱର,୨୪।୯(ଅନିଲ ଦାସ): ରାଜ୍ୟରେ ସାଇବର ଅପରାଧ ବଢ଼ି ଚାଲିଥିବାବେଳେ ଅପରାଧୀଙ୍କ କବଳରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ସଚେତନତା ଉପରେ ଗୁରୁତ୍ୱ ଦେଇଛନ୍ତି। ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ସାଇବର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହେବ। ଆସନ୍ତା ୨ରୁ ପ୍ରତ୍ୟେକ ଜିଲା ସଦର ମହକୁମାରେ ସାଇବର ସଚେତନତା ରଥ ଗଡ଼ିବ। ୩୪ଟି ରଥ ଜିଲାର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ବୁଲିବ। ଜିଲା, ଉପଖଣ୍ଡ ଏବଂ ପଞ୍ଚାୟତ ସ୍ତରରେ ଜନପ୍ରତିନିଧି, ବିଧାୟକ, ସ୍ବେଚ୍ଛାସେବୀ ସଙ୍ଗଠନ, ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ସାମିଲ କରାଯିବ। ଏହି ପରିପ୍ରେକ୍ଷୀରେ ସ୍କୁଲ, କଲେଜ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ନିମନ୍ତେ କୁଇଜ୍‌ ପ୍ରତିଯୋଗିତା, କ୍ଷୁଦ୍ର ନାଟକ, ପଦଯାତ୍ରା, ଗଣଦୌଡ଼, ସାଇକେଲ ଯାତ୍ରା, ପ୍ରାଚୀର ପେଣ୍ଟିଂ, ଗଣମାଧ୍ୟମରେ ପ୍ରଚାର କରାଯିବ। ଏଟିଏମ୍‌ଜନିତ ଠକେଇ, ଇଣ୍ଟରନେଟ୍‌ର ଠିକ୍‌ ବ୍ୟବହାର,ସୁରକ୍ଷିତ ଆର୍ଥିକ କାରବାର, ଫେସ୍‌ ବୁକ୍‌, ୟୁଟ୍ୟୁବ୍‌ ଆଦି ସାମାଜିକ ଗଣମାଧ୍ୟମର ବ୍ୟବହାରରେ ଆପରାଧିକ କାର୍ଯ୍ୟକଳାପ ରୋକି ଲୋକଙ୍କୁ ସଚେତନ କରାଯିବ। ଏଥିପାଇଁ ସ୍କୁଲ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା,ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ, ମିଶନ ଶକ୍ତି ବିଭାଗଗୁଡିକୁ ସକ୍ରିୟ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ବିଭାଗରେ ସ୍ବଚ୍ଛତା ଅବଲମ୍ବନ ପୂର୍ବକ ବ୍ୟାପକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଥିବାରୁ ନିଯୁକ୍ତି ଆଶାୟୀମାନେ ଯେପରି ଗୁଜବ ଓ ଠକାମିର ଶିକାର ନ ହୁଅନ୍ତି, ସେଥିପ୍ରତି ସଚେତନ ହେବା ନେଇ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଶନିବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୂଚନା ଦିଆଯାଇଥିଲା। ଏହି ଉଚ୍ଚସ୍ତରୀୟ ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ,ଏଡିଜି, କ୍ରାଇମ୍‌ ଅରୁଣ ବୋଥ୍ରାଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ, ସମସ୍ତ ଜିଲାର ଜିଲାପାଳ, ଜିଲା ଆରକ୍ଷୀ ଅଧୀକ୍ଷକ ତଥା ଗୃହ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତ ଜିଲାରେ ଜିଲା ପ୍ରଶାସନ ଓ ପୋଲିସ ସହଯୋଗରେ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଶୀଘ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୩୦ରେ ଭୁବନେଶ୍ୱରରୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri