କରୋନାର ତୃତୀୟ ଲହରକୁ ନେଇ ଚିନ୍ତା: ସତର୍କ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କୋଭିଡ-୧୯ ର ସମ୍ଭାବ୍ୟ ତୃତୀୟ ଲହର ପାଇଁ ସଜାଗ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସବୁ ଜିଲାର ଜିଲାପାଳ, ଏସ.ପି. ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଲୋକସେବା ଭବନରୁ ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ଜିଲାସ୍ତରୀୟ ଅଧିକାରୀମାନଙ୍କ ସହ ସିଧାସଳଖ ଆଲୋଚନା କରି ମୁଖ୍ୟ ଶାସନ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଏବେ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ଶିକ୍ଷାଦାନ ଆରମ୍ଭ ହୋଇଛି। ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ପାଇଛି। ତେଣୁ ଏହି ସମୟରେ ସମ୍ଭାବ୍ୟ ତୃତୀୟ ଲହରର ପ୍ରଭାବ ରୋକିବା ନିମନ୍ତେ ଆମକୁ ଅଧିକ ସତର୍କ, ସଜାଗ ଓ କ୍ରିୟାଶୀଳ ହେବାକୁ ପଡ଼ିବ। ମଣ୍ଡଳ ଉନ୍ନୟନ ଅଧିକାରୀ, ସରପଂଚ, ୱାର୍ଡମେମ୍ବର, ଅଙ୍ଗନାବାଡ଼ି କର୍ମୀ, ଗ୍ରାମ ଓ ପଞ୍ଚାୟତ ସ୍ତରୀୟ ସରକାରୀ କର୍ମଚାରୀ ଏବଂ ସ୍ବେଚ୍ଛାସେବୀ ମାନଙ୍କ ମାଧ୍ୟମରେ ସବୁ ଅଞ୍ଚଳର ବାସ୍ତବ ସ୍ଥିତି ବିଷୟରେ ସଠିକ ସୂଚନା ସଂଗ୍ରହ ସହ କୌଣସି ସ୍ଥାନରେ କୋଭିଡ ସଂକ୍ରମଣ ଜଣାପଡ଼ିବା ମାତ୍ରେ ଲକ୍ଷଣ ପ୍ରକାଶ ପାଇବାମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ଏହାଛଡ଼ା ଘରକୁ ଘର ଅଭିଯାନ ମାଧ୍ୟମରେ କୋଭିଡ ଟିକାକରଣକୁ ଅଧିକ ତ୍ୱରାନୱିତ କରିବା ପାଇଁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।
କୋଭିଡ ନିରାକରଣ ବ୍ୟବହାର ଯଥା ମାସ୍କ ପରିଧାନ, ସାମାଜିକ ଦୂରତା ରକ୍ଷା ଏବଂ ସାନିଟାଇଜର ବ୍ୟବହାର ଆଦିକୁ କଡାକଡି ଭାବେ ପ୍ରବର୍ତ୍ତନ କରାଇବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ । ନିୟମ ଭଙ୍ଗ କରୁଥିବା ବ୍ୟକ୍ତି ବା ଅନୁଷ୍ଠାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ, ଜୋରିମାନା ଆଦାୟ ଆଦିକୁ ଅଧିକ ସଘନ ଓ ବ୍ୟାପକ କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri