ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ାଇଲା ଚିନ୍ତା…

ନୂଆଦିଲ୍ଲୀ,୨୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୭୭୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୬୨୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ୯ ହଜାର ୪୮୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୪ ପ୍ରତିଶତ ରହିଛି

। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫ ହଜାର ୬୯୧ ରହିଛି। ୫୪୩ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୧ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୬ ହଜାର ୫୮୪ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୨୧ କୋଟି ୯୪ ଲକ୍ଷ ୭୧ ହଜାର ୧୩୪ ଜଣଙ୍କୁ ଟିକାଦାନ ସରିଛି। ସେହିପରି ଇତିମଧ୍ୟରେ ୬୩ କୋଟି ରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୯ ଲକ୍ଷ ୯୮ ହଜାର ୨୭୮ ଲୋକ ସୁସ୍ଥ ହୋଇସାରିଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୫ ଲକ୍ଷରୁ ଅଧିକ ରହିଛି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?