ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣ ମୃତ୍ୟୁ ଘଟିଛି। ସେହିପରି ନୟାଗଡ଼, ବରଗଡ଼ ଓ କଟକରୁ ଜିଲାରୁ ୫ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିଭଳି ଅନୁଗୋଳ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲାରୁ ୨ଜଣ ଲେଖାଏଁ ଏବଂ ବାଲେଶ୍ୱର, ଢ଼େଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ ଓ ନୂଆପଡ଼ାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷିବ: ୧୮ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯।୯: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଘନୀଭୂତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷାକୁ...

ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତହେଲା ଅନୁଗୋଳ: ଏସ୍‌ଆର୍‌ଇ ପ୍ରତ୍ୟାହାର ନେଇ ଏସ୍‌ପିଙ୍କ ସୂଚନା

ଅନୁଗୋଳ ଅଫିସ, ୧୦।୭: ଅନୁଗୋଳରେ ଗତ ୫ ବର୍ଷରେ ୯ଥର ମାଓବାଦୀ କାର୍ଯ୍ୟକଳାପ ଦେଖାଦେଇଛି। ସେଥିମଧ୍ୟରୁ ୬ଥର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ...

ଶାଶୁଙ୍କ ହତ୍ୟା ପାଇଁ ବିଷ ମଗାଇଥିଲେ ବୋହୂ, ଅଡିଓ ରେକର୍ଡ ଭାଇରାଲ

ଜୁନାଗଡ଼,୨୨।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଜଣେ ବୋହୂ ତାଙ୍କ ଶାଶୁଙ୍କୁ ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଔଷଧ ଦୋକାନୀ ଏବଂ...

ଗ୍ରୀନ୍‌ ଜୋନ୍‌ରେ ଗଞ୍ଜାମ, ଏଣୁ ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ ହେବ: ଜିଲାପାଳ

ଛତ୍ରପୁର, ୨।୫(ଡି.ଏନ୍‌.ଏ.)- କରୋନା ମୁକାବିଲାକୁ ନେଇ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧିକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି । ତେବେ ଏହି ସମୟରେ...

୨ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୭ା୭(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨ଟି ପୁସ୍ତକ ‘ଆଜିର ଦିନ ମୋର’ ଏବଂ ‘ଉର୍ବଶୀର ଗଁା’ ଉନ୍ମୋଚନ କରିଛନ୍ତି। ପ୍ରଥମ ପୁସ୍ତକ ‘ଆଜିର ଦିନ...

ଭୁବନେଶ୍ୱରକୁ ଶ୍ରେଷ୍ଠ ବିମାନବନ୍ଦର ପୁରସ୍କାର : ଖରାପ ସେବାକୁ ନେଇ ଟୁଇଟରରେ ପ୍ରତିକ୍ରିୟା

ଭୁବନେଶ୍ୱର,୯ା୯(ବ୍ୟୁରୋ) : ଏସିଆ-ପାସିଫିକ୍‌ ରିଜିଅନର ୨ରୁ ୫ ମିଲିୟନ ବର୍ଗରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଶ୍ରେଷ୍ଠ ବିମାନ ବନ୍ଦର -୨୦୧୮ ପୁରସ୍କାର ମିଳିଛି।...

ବ୍ଲାକ୍‌ ଫଙ୍ଗସ୍‌: ସରକାରଙ୍କୁ ଔଷଧ ଚିନ୍ତା

ନୂଆଦିଲ୍ଲୀ, ୧୩।୫: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏବେ ବିଭିନ୍ନ ରାଜ୍ୟରେ ବିରଳ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତା ବଢ଼ାଇ ଦେଇଛି। ଏହି...

ନାମ ପଞ୍ଜୀକରଣ ପରେ ବି ମିଳୁନି ଟିକା

କଟକ ଅଫିସ, ୨୦।୫: କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା କବଳରୁ ରକ୍ଷା ପାଇବା ପାଇଁ ଟିକା ନେବାକୁ ଲୋକଙ୍କ...

Advertisement


Archives

Model This Week