ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ ସୁରକ୍ଷା ବିଭାଗୀୟ କର୍ମଚାରୀମାନଙ୍କ ପାଇଁ ଅନେକ ସମୟରେ ଚ୍ୟାଲେଞ୍ଜ ସୃଷ୍ଟି କରୁଛି। କର୍ମଚାରୀମାନେ ପର୍ଯ୍ୟାୟକ୍ରମେ ବିଭିନ୍ନ ସେକ୍ସନରେ ଡ୍ୟୁଟି କରୁଛନ୍ତି। ଏଥିସହ ପାଦ ଚଲା ପାଟ୍ରୋଲିଁ କରୁଛନ୍ତି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଡ୍ୟୁଟି ଠିକ୍ ଭାବେ ହେଉଛି କି ନାହିଁ ମଧ୍ୟ ଯାଞ୍ଚ କରୁଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ। ଜଙ୍ଗଲରେ ନିଆଁ ମଧ୍ୟ ଲାଗୁଛି। ନିଆଁ ଲିଭାଇବା ପାଇଁ ଆବଶ୍ୟକ କର୍ମଚାରୀ ଅଭାବ। ବିଗତ କିଛି ମାସ ମଧ୍ୟରେ ଏହି ବନଖଣ୍ଡରେ ଶତାଧିକ ସ୍ଥାନରେ ଜଙ୍ଗଲ ନିଆଁ ଲାଗିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ତାହାକୁ ଗ୍ରାମବାସୀଙ୍କ ସହଯୋଗରେ ନିୟନ୍ତ୍ରଣ କରାଯାଇଛି । ତଥାପି ଆଗକୁ ଜଙ୍ଗଲ ନିଆଁ ବଢିବା ସମ୍ଭାବନା ରହିଛି। ତେଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ କିଛି ଅସ୍ଥାୟୀ କର୍ମଚାରୀ ନିଯୁକ୍ତି ଦେବାକୁ ଦାବୀ ହୋଇଛି।

Dharitri – Odisha’s No.1 Odia Daily 

Enter your email to get our daily news in your inbox.

All Right Reserved By Dharitri.Com

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri