ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ଶ୍ମଶାନ-କବରସ୍ତାନରେ ଲମ୍ବା ଲାଇନ୍‌…

ନୂଆଦିଲ୍ଲୀ, ୩।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭୨ ହଜାର ୪୩୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧,୦୦୮ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ଲଗାତାର ବଢୁଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଉଛି। ମୃତ୍ୟୁ ସଂଖ୍ୟା ବଢ଼ିବା ଯୋଗୁ ଶ୍ମଶାନ, କବରସ୍ତାନ ସମ୍ମୁଖରେ ଧାଡ଼ିଧାଡ଼ି ମୃତ ଦେହ ଅନ୍ତିମ ସଂସ୍କାର ପାଇଁ ଲମ୍ବା ଲାଇନ ଲଗାଇ ରହିଥିବାର ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳୁଛି।

ଫେବୃୟାରୀ ୨ରେ ୧,୭୩୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ପୂର୍ବରୁ ୩୧ ଜାନୁୟାରୀରେ ଦୈନିକ ମୃତ୍ୟୁ ସଂଖ୍ୟା ୧,୧୯୨ ରେକର୍ଡ ହୋଇଥିବାବେଳେ ଜାନୁୟାରୀ ୩୦ରେ ୯୫୯ ଜଣ ଲୋକଙ୍କ ମୃତ୍ୟୁ କରୋନା ଯୋଗୁ ଘଟିଥିଲା। ଜାନୁୟାରୀ ୨୫ରେ ୬୧୪ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଜାନୁୟାରୀ ୨୬ରେ ୬୬୫, ଜାନୁୟାରୀ ୨୭ରେ ୬୨୭, ଜାନୁୟାରୀ ୨୮ ରେ ୮୭୧ ଏବଂ ଜାନୁୟାରୀ ୨୯ରେ ୮୯୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା।

ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ୧୦୭ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୫ ଲକ୍ଷ ୩୩ ହଜାର ୯୨୧ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୧ ପ୍ରତିଶତ ପାଖାପାଖି ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୯୮ ହଜାର ୯୮୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୧୮ ଲକ୍ଷ ୩ ହଜାର ୩୧୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୯୭ ଲକ୍ଷ ୭୦ ହଜାର ୪୧୪ ଜଣ ସୁସ୍ଥ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୫୨,୧୯୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୨୦,୫୦୫ , ମହାରାଷ୍ଟ୍ରରେ ୧୮,୦୬୭, ତାମିଲନାଡୁରେ ୧୪,୦୧୩ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁଜୁରାଟରେ ୮,୯୩୪, ରାଜସ୍ଥାନରେ ୮,୪୨୮ ଏବଂ ଆନ୍ଧ୍ରପ୍ରଦେଶରେ ୫,୯୮୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୬୭ କୋଟି ୯୦ ଲକ୍ଷ ଟପିଛି। ସେଥିମଧ୍ୟରେ ୮୯ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୧ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri