ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ଶ୍ମଶାନ-କବରସ୍ତାନରେ ଲମ୍ବା ଲାଇନ୍‌…

ନୂଆଦିଲ୍ଲୀ, ୩।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୭୨ ହଜାର ୪୩୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧,୦୦୮ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ଲଗାତାର ବଢୁଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଉଛି। ମୃତ୍ୟୁ ସଂଖ୍ୟା ବଢ଼ିବା ଯୋଗୁ ଶ୍ମଶାନ, କବରସ୍ତାନ ସମ୍ମୁଖରେ ଧାଡ଼ିଧାଡ଼ି ମୃତ ଦେହ ଅନ୍ତିମ ସଂସ୍କାର ପାଇଁ ଲମ୍ବା ଲାଇନ ଲଗାଇ ରହିଥିବାର ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳୁଛି।

ଫେବୃୟାରୀ ୨ରେ ୧,୭୩୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ପୂର୍ବରୁ ୩୧ ଜାନୁୟାରୀରେ ଦୈନିକ ମୃତ୍ୟୁ ସଂଖ୍ୟା ୧,୧୯୨ ରେକର୍ଡ ହୋଇଥିବାବେଳେ ଜାନୁୟାରୀ ୩୦ରେ ୯୫୯ ଜଣ ଲୋକଙ୍କ ମୃତ୍ୟୁ କରୋନା ଯୋଗୁ ଘଟିଥିଲା। ଜାନୁୟାରୀ ୨୫ରେ ୬୧୪ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଜାନୁୟାରୀ ୨୬ରେ ୬୬୫, ଜାନୁୟାରୀ ୨୭ରେ ୬୨୭, ଜାନୁୟାରୀ ୨୮ ରେ ୮୭୧ ଏବଂ ଜାନୁୟାରୀ ୨୯ରେ ୮୯୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା।

ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ୧୦୭ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୫ ଲକ୍ଷ ୩୩ ହଜାର ୯୨୧ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୧ ପ୍ରତିଶତ ପାଖାପାଖି ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୯୮ ହଜାର ୯୮୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୧୮ ଲକ୍ଷ ୩ ହଜାର ୩୧୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୯୭ ଲକ୍ଷ ୭୦ ହଜାର ୪୧୪ ଜଣ ସୁସ୍ଥ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୭ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୫୨,୧୯୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୨୦,୫୦୫ , ମହାରାଷ୍ଟ୍ରରେ ୧୮,୦୬୭, ତାମିଲନାଡୁରେ ୧୪,୦୧୩ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁଜୁରାଟରେ ୮,୯୩୪, ରାଜସ୍ଥାନରେ ୮,୪୨୮ ଏବଂ ଆନ୍ଧ୍ରପ୍ରଦେଶରେ ୫,୯୮୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୬୭ କୋଟି ୯୦ ଲକ୍ଷ ଟପିଛି। ସେଥିମଧ୍ୟରେ ୮୯ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୧ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri