ଚିନ୍ତା ବଢ଼ାଇଲା ନୂଆ ଷ୍ଟ୍ରେନ୍‌: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ନୂଆଦିଲ୍ଲୀ,୩୧।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରୁ ୨୦ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍‌ ରହିଥିବା ନେଇ ସେମାନଙ୍କ ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡ଼ିଥିଲା। ତେବେ ଗୁରୁବାର ପୁଣି ୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଦେଶରେ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ନୂଆବର୍ଷକୁ ଦୃଷ୍ଟିରେ ରଖି ଦେଶର ସମସ୍ତ ରାଜ୍ୟରେ ଉତ୍ସବ ପାଳନ ଉପରେ କଟକଣା ଜାରି ହୋଇଛି। ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କ ପାଇଁ ନିର୍ଦ୍ଦେଶ ମଧ୍ୟ ଜାରି କରାଯାଇଛି। ୨୫ ନଭେମ୍ବରରୁ ୨୩ ଡିସେମ୍ବର ମଧ୍ୟରେ ପ୍ରାୟ ୩୩ ହଜାର ଲୋକ ବ୍ରିଟେନ୍‌ରୁ ଭାରତ ଫେରିଛନ୍ତି। ସମସ୍ତଙ୍କୁ ଟ୍ରାକ୍‌ କରାଯାଇ ନମୁନା ପରୀକ୍ଷା କରାଯାଉଛିା। ଦେଶର କୋଲକାତା, ଭୁବନେଶ୍ୱର, ଏନ୍‌ଆଇଭି ପୁଣେ, ସିସିଏସ୍‌ ପୁଣେ, ସିସିଏମ୍‌ବି ହାଇଦ୍ରାବାଦ୍‌, ସିସିଏଫ୍‌ଡ଼ି ହାଇଦ୍ରାବାଦ୍‌, ଇନ୍‌ଷ୍ଟେମ୍‌ ବେଙ୍ଗାଲୁରୁ, ନିମ୍‌ହାନ୍ସ୍‌ ବେଙ୍ଗାଲୁରୁ, ଆଇଜିଆଇବି ଦିଲ୍ଲୀ, ଏନ୍‌ସିଡିସି ଦିଲ୍ଲୀ ଆଦିଠାରେ ଥିବା ୧୦ଟି ଲ୍ୟାବ୍‌ରେ ବ୍ରିଟେନ୍‌ ଫେରନ୍ତାଙ୍କ ନମୁନା ପରୀକ୍ଷା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?