ହାତୀମୃତ୍ୟୁ ବୃଦ୍ଧିକୁ ନେଇ ଉଦ୍‌ବେଗ

କଟକ ଅଫିସ,୨୧ା୧୦: ରାଜ୍ୟରେ ଅନିୟନ୍ତ୍ରିତ ହାତୀମୃତ୍ୟୁକୁ ରୋକିବା ନିମନ୍ତେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଓ ବନ ବିଭାଗ ଅଧିକାରୀଙ୍କୁ ନେଇ ଏକ ଜଏଣ୍ଟ ଟାସ୍କଫୋର୍ସ ଗଠନ କରାଯାଇଛି। ତଥାପି ହାତୀମୃତ୍ୟୁକୁ ରୋକାଯାଇପାରୁ ନାହିଁ। ତେଣୁ ଗୁରୁବାର ହାତୀମୃତ୍ୟୁ ସମ୍ପର୍କିତ ମାମଲାର ଶୁଣାଣିବେଳେ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି କ୍ରାଇମ୍‌ବ୍ରାଞ୍ଜ ଏଡିଜିଙ୍କୁ ସତ୍ୟପାଠ ମାଧ୍ୟମରେ ଜଏଣ୍ଟ ଟାସ୍କଫୋର୍ସର କାର୍ଯ୍ୟକାରିତା ସମ୍ପର୍କିତ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ନଭେମ୍ବର ୧୧ରେ ହେବାକୁ ଥିବା ମାମଲାର ପରବର୍ତ୍ତୀ ଶୁଣାଣି ସମୟରେ ବିଭାଗୀୟ ଅଧିକାରୀମାନେ ଭିଡିଓ କନ୍‌ଫରେନ୍ସରେ ଉପସ୍ଥିତ ରହିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ହାତୀମୃତ୍ୟୁକୁ ନେଇ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି ପରିପ୍ରେକ୍ଷୀରେ ସରକାରଙ୍କ ପକ୍ଷରୁ ଟାସ୍କଫୋର୍ସ ଗଠନ କରାଯାଇଥିବା ସମ୍ପର୍କରେ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ଜଏଣ୍ଟ ଟାସ୍କଫୋର୍ସର କାର୍ଯ୍ୟକାରିତା ଉପରେ ହାଇକୋର୍ଟ ଜାଣିବାକୁ ଚାହିଁଥିଲେ। ହାତୀମୃତ୍ୟୁ ସଂକ୍ରାନ୍ତୀୟ ବିଭିନ୍ନ ମାମଲାରେ କେତେ ଜଣଙ୍କୁ ଗିରଫ କରାଯାଇଛି, ଗିରଫ ପରେ ମାମଲାଗୁଡ଼ିକର ସ୍ଥିତି କ’ଣ ରହିଛି ଆଦିର ତଥ୍ୟ ସତ୍ୟପାଠ ମାଧ୍ୟମରେ ଆଗାମୀ ଶୁଣାଣି ବେଳେ କ୍ରାଇମବ୍ରାଞ୍ଚ ଏଡିଜି ଜଣାଇବାକୁ ନିର୍ଦ୍ଦେଶ ହୋଇଛି। ସେହିପରି ଜଏଣ୍ଟ ଟାସ୍କଫୋର୍ସ କ’ଣ କ’ଣ କାମ କରୁଛି ସେନେଇ ସବିଶେଷ ତଥ୍ୟ ଜଏଣ୍ଟ ଟାସ୍କଫୋର୍ସର ଆଡିସିନାଲ ଏସ୍‌ପି ହାଇକୋର୍ଟଙ୍କୁ ଜଣାଇବାକୁ କୁହାଯାଇଛି।
ସୂଚନାଯୋଗ୍ୟ, ଗତ ୫ ବର୍ଷ ମଧ୍ୟରେ ବେଆଇନ ଶିକାର ଓ ମୃତ୍ୟୁ ସଂକ୍ରାନ୍ତୀୟ ୧୭ ପୃଷ୍ଠା ସମ୍ବଳିତ ସତ୍ୟପାଠ ମୁଖ୍ୟ ବନ ସଂରକ୍ଷକ ଶଶୀ ପାଲ ଗତ ସେପ୍ଟେମ୍ବର ୬ ତାରିଖରେ ହାଇକୋର୍ଟରେ ଦାଖଲ କରିଥିଲେ। ସେପ୍ଟେମ୍ବର ୮ ତାରିଖ ଶୁଣାଣି ବେଳେ ମୁଖ୍ୟ ବନ ସଂରକ୍ଷକ ଭର୍ଚୁଆଲ ଜରିଆରେ ଅଦାଲତଙ୍କ ନିକଟରେ ହାଜର ହୋଇ ନିଜର ପକ୍ଷ ରଖିଥିଲେ। ବନ ବିଭାଗ ପକ୍ଷରୁ ରୁଜୁ ହୋଇଥିବା ୧୪ଟି ମାମଲା ମଧ୍ୟରୁ ମାତ୍ର ଗୋଟିଏ ମାମଲାରେ ବିଚାର ହୋଇଥିବାବେଳେ ଅନ୍ୟଗୁଡ଼ିକ ବିଚାର ଅପେକ୍ଷାରେ ପଡ଼ି ରହିବାକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଥିଲେ। ମାମଲାଗୁଡ଼ିକର ଅଗ୍ରଗତି କାହିଁକି ହୋଇପାରି ନାହିଁ ବୋଲି ମୁଖ୍ୟ ବନ ସଂରକ୍ଷକଙ୍କୁ ତାଗିଦା କରିଥିଲେ। ଏଥିସହ ଗୁଳିଗୋଳା ଜବତ ହେଉଥିଲେ ବି ମାରଣାସ୍ତ୍ର ସମ୍ବନ୍ଧୀୟ ଦଫା କୌଣସି ମାମଲାରେ କାହିଁକି ଲାଗୁ କରାଯାଇନାହିଁ ବୋଲି ହାଇକୋର୍ଟ ପଚାରିଥିଲେ। ବିଭାଗୀୟ କର୍ମଚାରୀ ଓ ଅଧିକାରୀଙ୍କ ବିରୋଧରେ କ’ଣସବୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ତାହା ଦର୍ଶାଇବାକୁ ମଧ୍ୟ ଅଦାଲତ ନିର୍ଦ୍ଦିଷ୍ଟ ଭାବେ ଗୁରୁତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri