ସାକ୍ଷୀଗୋପାଳ ଡାକ୍ତରଖାନା ଛାତରୁ ଖସୁଛି କଂକ୍ରିଟ

ସାକ୍ଷୀଗୋପାଳ, ୧୭।୯(ସ୍ବ.ପ୍ର./ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକରେ ଥିବା ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢ଼ଲକ୍ଷ ଲୋକ ନିର୍ଭର କରିଥାନ୍ତି। ଜାତୀୟ ରାଜପଥ ପାର୍ଶ୍ୱରେ ସ୍ବାସ୍ଥ୍ୟକେନ୍ଦ୍ରଟି ରହିଥିବାରୁ ଏଠାକୁ ରାସ୍ତା ଦୁର୍ଘଟଣାରେ ଶିକାର ଅନେକ ଗୁରୁତର ରୋଗୀ ଚିକିତ୍ସା ପାଇଁ ଆସିଥାନ୍ତି। ସ୍ବାସ୍ଥ୍ୟ ସେବା ପରିମଳ ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର ଆଇଏସ୍‌ଓ ମାନ୍ୟତା ସହ କାୟାକଳ୍ପ ପୁରସ୍କାର ପାଇଛି। ହେଲେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଅବସ୍ଥା ଏବେ ଶୋଚନୀୟ ହୋଇପଡ଼ିଛି।
ବହୁ ପୁରାତନ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ୨୪ା୬ା ୨୦୦୬ରେ ସରକାରଙ୍କ ପକ୍ଷରୁ ବିପୁଳ ଅର୍ଥ ଅନୁଦାନରେ ନବୀକରଣ କରାଯାଇଥିଲା। ଏବେ କିନ୍ତୁ ଏହି ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ତଥା ପ୍ରଥମ ବିଲ୍‌ଡିଂର ଅନେକ ସ୍ଥାନରେ କଂକ୍ରିଟ ଖସିବା ସହ ବ୍ୟବହୃତ ହୋଇଥିବା ଲୁହାରଡ଼ରେ କଳଙ୍କି ଲାଗି ବାହାରକୁ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏହି କଂକ୍ରିଟ ଦୀର୍ଘଦିନ ତଳୁ ଖଣ୍ଡ ଖଣ୍ଡ ହୋଇ ଖସୁଥିଲେ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉ ନାହାନ୍ତି କି ମରାମତି ମଧ୍ୟ କରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଶଯ୍ୟାରେ ଥିବା ରୋଗୀମାନେ ଭୟଭୀତ ଅବସ୍ଥାରେ ରହି ଚିକିତ୍ସିତ ହେଉଛନ୍ତି। ପ୍ରାୟତଃ ପ୍ରସୂତି ଓ ମହିଳା କକ୍ଷ ଓ ପୁରୁଷ କକ୍ଷରୁ ଅଧିକ କଂକ୍ରିଟ ଖସୁଥିବା ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟମାନେ କହିଛନ୍ତି। ତେବେ ଏଯାବତ କୌଣସି ରୋଗୀଙ୍କ ଉପରେ ଏହି କଂକ୍ରିଟ ପଡ଼ି ନ ଥିବାବେଳେ ଏଭଳି ବିପଦକୁ ଏଡ଼ାଇ ଦିଆଯାଇପାରିବ ନାହିଁ। ଏ ନେଇ ଚିକିତ୍ସା ହେଉଥିବା ରୋଗୀଙ୍କ ସମ୍ପର୍କୀୟ ପୂର୍ଣ୍ଣଚନ୍ଦ୍ର ପ୍ରଧାନ କୁହନ୍ତି, ଆମେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲକୁ ଆଣିଛୁ କିନ୍ତୁ ଚିକିତ୍ସା ହେଉଥିବା ସମୟରେ କେତେବେଳେ ଛାତରୁ କଂକ୍ରିଟି ଖସିବ ଭୟ ଲାଗୁଛି । ସେହିଭଳି ଅନ୍ୟ ଏକ ରୋଗୀଙ୍କ ସମ୍ପର୍କୀୟ ଝୁନୁ ନାୟକ କୁହନ୍ତି, ଆମେ ସନ୍ତାନ ପ୍ରସବ ପାଇଁ ବୋହୂକୁ ନେଇ ଆସିଛୁ କିନ୍ତୁ ଏ କକ୍ଷରେ ସବୁ ଫ୍ୟାନ ବୁଲୁ ନ ଥିବାବେଳେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଲାଗିଥିବା ଏସି ଠିକ୍‌ ଭାବେ ଚାଲୁନାହିଁ ଓ ଛାତରୁ କଂକ୍ରିଟ ଖସୁଛି, ତେଣୁ ରହିବା ପାଇଁ ଭୟ ଲାଗୁଛି। ଏ ନେଇ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀ ବିଶ୍ୱଜିତ ମିଶ୍ରଙ୍କୁ ଯୋଗାଯୋଗ ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri