ସାକ୍ଷୀଗୋପାଳ ଡାକ୍ତରଖାନା ଛାତରୁ ଖସୁଛି କଂକ୍ରିଟ

ସାକ୍ଷୀଗୋପାଳ, ୧୭।୯(ସ୍ବ.ପ୍ର./ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକରେ ଥିବା ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢ଼ଲକ୍ଷ ଲୋକ ନିର୍ଭର କରିଥାନ୍ତି। ଜାତୀୟ ରାଜପଥ ପାର୍ଶ୍ୱରେ ସ୍ବାସ୍ଥ୍ୟକେନ୍ଦ୍ରଟି ରହିଥିବାରୁ ଏଠାକୁ ରାସ୍ତା ଦୁର୍ଘଟଣାରେ ଶିକାର ଅନେକ ଗୁରୁତର ରୋଗୀ ଚିକିତ୍ସା ପାଇଁ ଆସିଥାନ୍ତି। ସ୍ବାସ୍ଥ୍ୟ ସେବା ପରିମଳ ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର ଆଇଏସ୍‌ଓ ମାନ୍ୟତା ସହ କାୟାକଳ୍ପ ପୁରସ୍କାର ପାଇଛି। ହେଲେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଅବସ୍ଥା ଏବେ ଶୋଚନୀୟ ହୋଇପଡ଼ିଛି।
ବହୁ ପୁରାତନ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ୨୪ା୬ା ୨୦୦୬ରେ ସରକାରଙ୍କ ପକ୍ଷରୁ ବିପୁଳ ଅର୍ଥ ଅନୁଦାନରେ ନବୀକରଣ କରାଯାଇଥିଲା। ଏବେ କିନ୍ତୁ ଏହି ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ତଥା ପ୍ରଥମ ବିଲ୍‌ଡିଂର ଅନେକ ସ୍ଥାନରେ କଂକ୍ରିଟ ଖସିବା ସହ ବ୍ୟବହୃତ ହୋଇଥିବା ଲୁହାରଡ଼ରେ କଳଙ୍କି ଲାଗି ବାହାରକୁ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏହି କଂକ୍ରିଟ ଦୀର୍ଘଦିନ ତଳୁ ଖଣ୍ଡ ଖଣ୍ଡ ହୋଇ ଖସୁଥିଲେ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉ ନାହାନ୍ତି କି ମରାମତି ମଧ୍ୟ କରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଶଯ୍ୟାରେ ଥିବା ରୋଗୀମାନେ ଭୟଭୀତ ଅବସ୍ଥାରେ ରହି ଚିକିତ୍ସିତ ହେଉଛନ୍ତି। ପ୍ରାୟତଃ ପ୍ରସୂତି ଓ ମହିଳା କକ୍ଷ ଓ ପୁରୁଷ କକ୍ଷରୁ ଅଧିକ କଂକ୍ରିଟ ଖସୁଥିବା ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟମାନେ କହିଛନ୍ତି। ତେବେ ଏଯାବତ କୌଣସି ରୋଗୀଙ୍କ ଉପରେ ଏହି କଂକ୍ରିଟ ପଡ଼ି ନ ଥିବାବେଳେ ଏଭଳି ବିପଦକୁ ଏଡ଼ାଇ ଦିଆଯାଇପାରିବ ନାହିଁ। ଏ ନେଇ ଚିକିତ୍ସା ହେଉଥିବା ରୋଗୀଙ୍କ ସମ୍ପର୍କୀୟ ପୂର୍ଣ୍ଣଚନ୍ଦ୍ର ପ୍ରଧାନ କୁହନ୍ତି, ଆମେ ଚିକିତ୍ସା ପାଇଁ ରୋଗୀଙ୍କୁ ହସ୍ପିଟାଲକୁ ଆଣିଛୁ କିନ୍ତୁ ଚିକିତ୍ସା ହେଉଥିବା ସମୟରେ କେତେବେଳେ ଛାତରୁ କଂକ୍ରିଟି ଖସିବ ଭୟ ଲାଗୁଛି । ସେହିଭଳି ଅନ୍ୟ ଏକ ରୋଗୀଙ୍କ ସମ୍ପର୍କୀୟ ଝୁନୁ ନାୟକ କୁହନ୍ତି, ଆମେ ସନ୍ତାନ ପ୍ରସବ ପାଇଁ ବୋହୂକୁ ନେଇ ଆସିଛୁ କିନ୍ତୁ ଏ କକ୍ଷରେ ସବୁ ଫ୍ୟାନ ବୁଲୁ ନ ଥିବାବେଳେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଲାଗିଥିବା ଏସି ଠିକ୍‌ ଭାବେ ଚାଲୁନାହିଁ ଓ ଛାତରୁ କଂକ୍ରିଟ ଖସୁଛି, ତେଣୁ ରହିବା ପାଇଁ ଭୟ ଲାଗୁଛି। ଏ ନେଇ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀ ବିଶ୍ୱଜିତ ମିଶ୍ରଙ୍କୁ ଯୋଗାଯୋଗ ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri