ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା। ହେଲେ ଦୁଇ ଦିନ ନ ପୂରୁଣୁ ସେହି ସ୍ଥାନ ପୁଣି ପୂର୍ବ ଅବସ୍ଥାକୁ ଫେରି ଆସିଛି। ଉପର ଠାଉରିଆ ଭାବେ ମରାମତି କାମ କରାଯାଇ ଥିବାରୁ ଯାତ୍ରୀମାନେ ପୁଣି ଦୁର୍ଘଟଣାର ଶିକାର ହେବା ଆଶଙ୍କା କରି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଓ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସୀମାନ୍ତରେ ଅଙ୍ଗନଦୀ ସେତୁ ରହିଛି। ସେତୁର ଉପରି ଭାଗର ଯୋଡାଇ ସ୍ଥାନରେ ଲାଗିଥିବା ଲୁହାଗୁଡିକ ଛାଡି ଯାଇଥିଲା। ଏହି କାରଣରୁ ସେତୁର କଂକ୍ରିଟ ଉଠିଯାଇ ସେତୁ ବିପର୍ଯ୍ୟସ୍ତ ହୋଇ ପଡିଥିଲା। ବ୍ୟସ୍ତବହୁଳ ରାଜପଥ ହୋଇଥିବାରୁ ସେତୁ ଦେଇ ହଜାର ହଜାର ଛୋଟ ବଡ ଯାନବାହନ ଚଳାଚଳ କରୁଛି। ବାଇକ୍‌ରେ ଯାତାୟତ କରୁଥିବା ଯାତ୍ରୀମାନେ ଏହି ସ୍ଥାନକୁ ଜାଣି ନ ପାରି ଅନେକ ସମୟରେ ଦୁର୍ଘଟଣାର ଶିକାର ହୋଇ ଆହତ ହେଉଥିଲେ। ବାରମ୍ବାର ଦୁର୍ଘଟଣା ପରେ ଗତ ମଙ୍ଗଳବାର ରାଜପଥ ବିଭାଗ ପକ୍ଷରୁ ଛାଡି ଯାଇଥିବା ଲୁହାକୁ ୱେଲଣ୍ଡିଂ କରାଯିବା ସହ ଫାଟି ଯାଇଥିବା କଂକ୍ରିଟକୁ ମରାମତି କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri