ବାରମ୍ବାର ଜଣାଇ ଶୁଣୁନାହାନ୍ତି ବିଧାୟକ, ପ୍ରଶାସନ

ସେମିଳିଗୁଡା/ସୁନାବେଡା,୧୯ା୯ (ବାସୁଦେବ ବରାଡ଼/କୃତ୍ତିବାସ ପ୍ରଧାନ): ପଟ୍ଟାଙ୍ଗି ବିଧାୟକ ପିତମ ପାଢ଼ୀଙ୍କ ନିଜସ୍ବ ବାସଗୃହ ଥିବା ପାକଝୋଲା ପଞ୍ଚାୟତରୁ ମାତ୍ର ଦେଢ଼ କିମି ଦୂର କୁମ୍ବିଗୁଡା ଗ୍ରାମକୁ ଅଦ୍ୟାବଧି ପକ୍କା ରାସ୍ତା ନିର୍ମାଣ ହୋଇନାହିଁ। ଫଳରେ କୁମ୍ଭିଗୁଡା ଗ୍ରାମବାସୀ ଖରାଦିନ ଯାହା ଯେମିତି ଚଳିଯାଉଥିଲେ ମଧ୍ୟ ବର୍ଷା ଦିନେ କାଦୁଅ ରାସ୍ତାରେ ଯାତାୟାତ କରି ନାହିଁ ନ ଥିବା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପକ୍କା ରାସ୍ତା ନିର୍ମାଣ ପାଇଁ ବିଧାୟକଙ୍କ ସମେତ ବ୍ଲକ ଓ ପଞ୍ଚାୟତ ପ୍ରଶାସନକୁ ବାରମ୍ବାର ଗ୍ରାମବାସୀ ଜଣାଇଥିଲେ ମଧ୍ୟ ଆମ କଥା କେହି ଶୁଣୁନଥିବା ଗ୍ରାମର ସୁରେନ୍ଦ୍ର ପୂଜାରୀ, ବସ୍ତୁ ପୂଜାରୀ, ବନ୍ଧୁରୁ ପୂଜାରୀ,ଇନ୍ଦୁ ସାଉଁନ୍ତା,ବନ ସାଉନ୍ତା, ଲବ ସାଉନ୍ତା, ଅମିତ ସାଉନ୍ତା, ଇନ୍ଦ୍ର ସାଉନ୍ତା, ଅଦିତ ସାଉନ୍ତା ପ୍ରମୁଖ ଅଭିଯୋଗ କରିଛନ୍ତି।
ଏହି ଗ୍ରାମରେ ୨୫ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ବସବାସ କରୁଛନ୍ତି। ବାରମ୍ବାର ଜଣାଇବା ପରେ ମଧ୍ୟ ବିଧାୟକ ଓ ପ୍ରଶାସନର ଅଣଦେଖାରେ ଏଯାଏ ରହିଛି ଉକ୍ତ ଗ୍ରାମ। ଅସରାଏ ବର୍ଷାରେ ରାସ୍ତା କାଦୁଅ ହୋଇ ଯାତାୟାତ କରିବା କଷ୍ଟକର ହୋଇପଡୁଛି। ଏନେଇ ପଟାଙ୍ଗି ବିଧାୟକ ପାଢ଼ୀ ଓ ସେମିଳିଗୁଡା ବିଡିଓ ସବ୍ୟସାଚୀ ବେହେରାଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଉକ୍ତ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାକୁ ପକ୍କା ରାସ୍ତାରେ ପରିଣତ କରିବାକୁ ଚଳିତ ବର୍ଷ ପଞ୍ଚାୟତ ସମିତି ବୈଠକରେ ପ୍ରସ୍ତାବ ପାରିତ କରି ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପାକଝୋଲାରୁ କୁମ୍ଭିଗୁଡା ଦେଇ ଭିତରକୋଟା ଗ୍ରାମ ଯାଏ ୫ କିମି ରାସ୍ତା ନିର୍ମାଣ ନିମନ୍ତେ ବ୍ୟୟ ଅଟକଳ କରାଯାଇ ବିଭାଗୀୟ ମଞ୍ଜୁରୀ ଲାଗି ପଠାଯାଇଛି। ଖୁବ୍‌ ଶୀଘ୍ର ଏନେଇ ମଞ୍ଜୁରୀ ମିଳିବ ଓ ରାସ୍ତା ନିର୍ମାଣ କରାଯିବ ବୋଲି ବିଧାୟକ ପାଢ଼ୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri