କଚରାଗଦା ଉପରେ କଂକ୍ରିଟ ରାସ୍ତା

ଭବାନୀପାଟଣା, ୨୫ା୧ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଉପକଣ୍ଠ ଭଙ୍ଗାବାରି ରାସ୍ତା ନିର୍ମାଣ ହେଉଥିବାବେଳେ କଚରାଗଦାରେ ନିମ୍ନମାନର ରାସ୍ତା ଯୋଗୁ ଏହାର ସ୍ଥାୟିତ୍ୱକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଭବାନୀପାଟଣା ସହର ନିକଟ ଭଙ୍ଗାବାରିଠାରେ ଥିବା ପୌରପାଳିକା ଭିତରେ ରାସ୍ତା ନିର୍ମାଣ କରାଯାଇଛି। ଠିକ୍‌ ଭାବରେ ସଫା ନ କରି, ମାଟି ନ ଖୋଳି କଚରାଗଦା ଉପରେ ସିମେଣ୍ଟ କଂକ୍ରିଣ୍ଟ ରାସ୍ତା ନିର୍ମାଣ ହୋଇଛି। ଅତି ତରବରିଆ ଭାବରେ ଟେଣ୍ଡର କରା ନ ଯାଇ ରାସ୍ତା ନିର୍ମାଣ ହେଉଥିବାରୁ ଏହାର ମାନକୁ ନେଇ ପ୍ରଶ୍ନ ଉଠୁଛି। ଏପରି କି ଏହି ରାସ୍ତା ନିର୍ମାଣ ପରେ ପାଣି କ୍ୟୁରିଂ ମଧ୍ୟ କରାଯାଇ ନ ଥିବା ଅଭିଯୋଗ ହୋଇଛି। ପ୍ରାୟ ୪ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାରେ ନିର୍ମାଣ କରାଯାଇଥିବା ଏହି କଂକ୍ରିଟ ରାସ୍ତାର ଟେଣ୍ଡର କରାଯାଇ ନାହିଁ। ୧୫ ହଜାର ଟଙ୍କାରୁ ଊଦ୍ଧର୍‌ବ ହେଲେ କୋଟେସନ କରିବା, ୫୦ ହଜାରରୁ ଊଦ୍ଧର୍‌ବ ହେଲେ ପେପର ଟେଣ୍ଡର ହେବା ଓ ୧ ଲକ୍ଷ ୯୯ ହଜାରୁ ଊଦ୍ଧର୍‌ବ ଟଙ୍କାର ହେଲେ ଇ-ଟେଣ୍ଡର ବ୍ୟବସ୍ଥାର ପ୍ରାବଧାନ ଥିବାବେଳେ ଏହି କାମରେ ଏହାର ଉଲ୍ଲଂଘନ ହୋଇଥିବାରୁ ଏହା ତଦନ୍ତସାପେକ୍ଷ। ଏ ନେଇ ଭବାନୀପାଟଣା ପୌରପାଳିକା କନିଷ୍ଠଯନ୍ତ୍ରୀ ରାଧାମୋହନ ରାୟଙ୍କୁ ପଚାରିବାରୁ ୪ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ଏଷ୍ଟିମେଟ ହୋଇ ବିଭାଗୀୟ କାର୍ଯ୍ୟ ହୋଇଛି। ଏହି କାମରେ କୋଣସି ଅନିୟମିତତା ହୋଇନାହିଁ ବୋଲି ସେ କହିଥିଲେ। ଅନ୍ୟପକ୍ଷରେ ଭିଜିଲାନ୍ସ ଦ୍ୱାରା ତଦନ୍ତ କରାଗଲେ ଏହାର ରହସ୍ୟ ଉନ୍ମୋଚିତ ହେବ ବୋଲି ସାଧାରଣରେ ମତପ୍ରକାଶ ପାଇଛି ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri