ଉଦାସୀନତା, ଅବହେଳାକୁ ନିନ୍ଦା

ଅନୁଗୋଳ ଅଫିସ, ୧୩ା୧୨: ଅନୁଗୋଳ ଜିଲାର ଦୀର୍ଘଦିନର ଦାବି ତାଳଚେର ମେଡିକାଲ କଲେଜକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଜିଲା ମୁଖ୍ୟ ଚିକିତ୍ସାଳୟକୁ ସୁପର୍‌ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ମେଡିକାଲ କଲେଜକୁ ଉନ୍ନୀତ କରିବା, ପ୍ରଦୂଷଣ ବିଷବଳୟରେ ଜର୍ଜରିତ ଅନୁଗୋଳ ଜିଲାର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଦେୟମୁକ୍ତ ବିଜୁଳି ଯୋଗାଇଦେବା, ଜିଲାରେ ପ୍ରତିଷ୍ଠିତ ଶିଳ୍ପ ଓ ଖଣିରେ ସମସ୍ତ ବେକାର ଯୁବତୀ ଓ ଯୁବକଙ୍କୁ ଅଗ୍ରାଧିକାର ଭିତ୍ତିିରେ ନିଯୁକ୍ତି ପ୍ରଦାନ କରିବା ସହ ପାସେଞ୍ଜର ଟ୍ରେନ୍‌ରେ ସ୍ପେସାଲ୍‌ ଯାତ୍ରୀଭଡା ଆଦାୟ ବନ୍ଦ କରିବା ଆଦି ଦାବିରେ ସୋମବାର ଅନୁଗୋଳ ଜିଲା ଜନଜୀବନ ସୁରକ୍ଷା କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶିକ୍ଷକପଡାସ୍ଥ ନବକୃଷ୍ଣ ଚୌଧୁରୀ ସ୍ମୃତି ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି। କମିଟିର ଆବାହକ ପ୍ରମୋଦ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଶିକ୍ଷାବିତ୍‌ ଅଭିମନ୍ୟୁ ସ୍ବାଇଁ, ବରିଷ୍ଠ ଆଇନଜୀବୀ ରବୀନ୍ଦ୍ର ପ୍ରସାଦ ପଟ୍ଟନାୟକ, ରମେଶ ସାହୁ, ବ୍ରଜବନ୍ଧୁ ସାହୁ, ପଠାଣି ବାରିହା, ତୀର୍ଥବାସୀ ଭୋଇ, ଦାମୋଦର ଦାସ, ମାନସ ପାଳ, ତ୍ରିଲୋଚନ ଜେନା, ନିରୋଦ ପାଳ, ନିରୁପମା ପ୍ରଧାନ, ନବକିଶୋର ପ୍ରଧାନ, ବଳରାମ ବେହେରା, ଅଶୋକ କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ଅନୁଗୋଳ ଜିଲାର ଜନଜୀବନର ଜ୍ୱଳନ୍ତ ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରଶାସନିକ ଉଦାସୀନତା ଓ ଅବହେଳାକୁ ନିନ୍ଦା କରିଥିଲେ। ସମସ୍ୟାର ସମାଧାନ ଦାବିରେ ଶକ୍ତିଶାଳୀ ଆନ୍ଦୋଳନ ଗଢ଼ି ତୋଳିବା ପାଇଁ ଆସନ୍ତା ୨୧ ତାରିଖରେ ଏକ ଜିଲାସ୍ତରୀୟ ଆଲୋଚନା ସଭା ଆୟୋଜନ ପାଇଁ ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri