ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା: ଦୃଷ୍ଟାନ୍ତମୂଳକ କାର୍ଯ୍ୟନୁଷ୍ଠାନ ନେବାକୁ ଦାବି

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀମାନେ ଅତି ନିର୍ମମ ଭାବେ ୨୬ ଜଣ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ଏବେବି ଅନେକ ଆହତ ସେନା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାକୁ ନେଇ ସମଗ୍ର ଦେଶରେ ଆତଙ୍କବାଦୀଙ୍କ ବିରୋଧରେ ଆନ୍ଦୋଳନ ହେଉଛି। ଆତଙ୍କବାଦୀଙ୍କ ବିରୋଧରେ ଏଭଳି ଦୃଷ୍ଟାନ୍ତମୂଳକ କାର୍ଯ୍ୟନୁଷ୍ଠାନ ନିଆଯାଉ ଯେଭଳି ସେମାନେ ଭବିଷ୍ୟତରେ ଆମ ଦେଶରେ କୌଣସି ହିଂସାକାଣ୍ଡ ଭିଆଇବାକୁ ସାହସ କରିବେ ନାହିଁ। ତେଣୁ ସମଗ୍ର ଦେଶରେ ଆତଙ୍କବାଦୀଙ୍କ ବିରୋଧରେ ଆନ୍ଦୋଳନ ହେଉଛି। ଏହିଭଳି ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର ପରିଚାଳନା କମିଟି ବୈଠକରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପକୁ ଘୋର ନିନ୍ଦା କରାଯାଇଥିଲା। ବିଦ୍ୟାଳୟ ସଭାପତି ଡ. କମ୍ବୁପାଣି ସାମନ୍ତ ବୈଠକରେ ଅଧ୍ୟକ୍ଷତା କରିଥିଲେ। ସଭା ପ୍ରାରମ୍ଭରେ ସ୍ବର୍ଗତ ପର୍ଯ୍ୟଟକଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଏଥିସହ ବର୍ତ୍ତମାନ ପରିସ୍ଥିତିରେ କେନ୍ଦ୍ର ସରକାର ଆତଙ୍କବାଦୀ ଦମନ ପାଇଁ ନେଇଥିବା ପଦକ୍ଷେପକୁ ସ୍ବାଗତ କରାଯାଇଥିଲା। ସଭାରେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟିର ଉପଦେଷ୍ଟା ତ୍ରିନାଥ ଗୌଡ଼, ଉପସଭାପତି ଆଦିତ୍ୟ ପ୍ରଧାନ, ସମ୍ପାଦକ ଜ୍ୟୋତି ରଞ୍ଜନ ବିଷୋୟୀ, ସହ ସମ୍ପାଦକ ଗଙ୍ଗାଧର ଦାଶ, କୋଷାଧ୍ୟକ୍ଷ ଜି. ଗୁପ୍ତେଶ୍ୱର ସୁବୁଦ୍ଧି, ପ୍ରଧାନ ଆଚାର୍ଯ୍ୟ, ପୂର୍ଣ୍ଣ ଚନ୍ଦ୍ର ପଣ୍ଡା, ସହ ପ୍ରଧାନ ଆଚାର୍ଯ୍ୟ ଉତ୍ତମ ମହାରଣା, କାର୍ଯ୍ୟାଳୟ ପ୍ରମୁଖ ବିଜୟ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?