Posted inଜାତୀୟ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର

ନୂଆଦିଲ୍ଲୀ,୧୧।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ଏନେଇ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଆକ୍ରାନ୍ତ ହୋଇ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପ୍ରଣବ ମୁଖାର୍ଜିଙ୍କ ସ୍ବାସ୍ଥ୍ୟବସ୍ଥା ବିଷୟରେ ଡାକ୍ତରଖାନା ପକ୍ଷରୁ ଏକ ବିବୃତ୍ତି ପ୍ରକାଶ କରାଯାଇ କୁହାଯାଇଛି ଯେ, ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଅଗଷ୍ଟ ୧୦ତାରିଖ ଦିନ ୧୨ ଟା ସମୟରେ ଆର୍ମି ହସ୍ପିଟାଲ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ପରୀକ୍ଷା ସମୟରେ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଥିବାର ଜଣାପଡିଥିଲା। ଏହା ପରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଅସ୍ତ୍ରୋପଚାର ପରେ ସେ ଭେଣ୍ଟିଲେଟରରେ ଅଛନ୍ତି। ତାଙ୍କ ଅବସ୍ଥା ଏବେ ବି ଗୁରୁତର ରହିଛି ବୋଲି କୁହାଯାଇଛି। ଅଗଷ୍ଟ ୧୦ରେ ୮୪ ବର୍ଷିୟ ମୁଖାର୍ଜୀ ଟୁଇଟ୍‌ କରି କହିଥିଲେ ଯେ, ଯେ ଅନ୍ୟାନ୍ୟ କାରଣରୁ ଡାକ୍ତରଖାନା ଯାଇଥିଲି। ସେଠାରେ ଟେଷ୍ଟରୁ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖାର୍ଜୀଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ସେ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଟା ମୁଖାର୍ଜୀଙ୍କ ସହ କଥା ହୋଇ ତାଙ୍କ ପିତାଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ।

ସୂଚନାଯୋଗ୍ୟ, ଦେଶର ବରିଷ୍ଠ କଂଗ୍ରେସ ନେତା ତଥା ରାଷ୍ଟ୍ରପତି ମୁଖାର୍ଜୀ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଦେଶର ରାଷ୍ଟ୍ରପତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri