ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା ସହ ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ଅଧ୍ୟକ୍ଷତା କରି ସମସ୍ତ ଛାତ୍ରୀଛାତ୍ରଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଦୃଢ଼ ଆତ୍ମବିଶ୍ୱାସ ରହିଲେ ନିଶ୍ଚିତ ସଫଳତା ମିଳିବ । ଏଥିପ୍ରତି ସମସ୍ତେ ଦୃଷ୍ଟି ଦେବାକୁ ଅଧ୍ୟକ୍ଷ ଏବଂ ଅନ୍ୟ ଅତିଥିମାନେ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଆହ୍ବାନ କରିଥିଲେ। ଛାତ୍ରୀ ଶ୍ରୁତି ବିଷୋୟୀ ସନ୍ଦର୍ଭ ଇଣ୍ଟିଗ୍ରେଟେଡ୍‌ ଚାଇଲ୍ଡ ଡେଭଲପମେଣ୍ଟ ସର୍ଭିସ ଇନ୍‌ ଏଜୁକେଶନ ଉପରେ ଲିଖିତ ସନ୍ଦର୍ଭଟିକୁ ପଠନ କରିଥିଲେ। ତାଙ୍କୁ ବିଭଗୀୟ ମୁଖ୍ୟ ଅଧ୍ୟାପିକା ତୃପ୍ତିମୟୀ ଦାସ ସହଯୋଗ କରିଥିଲେ। ଏଥିସହ ବିଭାଗୀୟ ମୁଖ୍ୟ ଅଧ୍ୟାପିକା ତୃପ୍ତିମୟୀ ଦାସ ପାଠଚକ୍ରର ଉଦ୍ଦେଶ୍ୟ ସଂପର୍କରେ କହିଥିଲେ। ସମନ୍ବିତ ଶିଶୁ ବିକାଶ ସେବା (ICDS) ହେଉଛି ଏକ ବ୍ୟାପକ କାର୍ଯ୍ୟକ୍ରମ ଯାହା ଶିଶୁମାନଙ୍କର ସାମଗ୍ରିକ ବିକାଶ ଏବଂ ମା’ମାନଙ୍କ କଲ୍ୟାଣ ଉପରେ କେନ୍ଦ୍ରିତ। ଏହା ଉପଯୁକ୍ତ ବୃଦ୍ଧି ଏବଂ ବିକାଶ ସୁନିଶ୍ଚିତ କରିବା ପାଇଁ ପୁଷ୍ଟିସାର, ସ୍ବାସ୍ଥ୍ୟସେବା ଏବଂ ପ୍ରାରମ୍ଭିକ ଶୈଶବ ଶିକ୍ଷାକୁ ଏକୀକୃତ କରିଥାଏ।

ଏହି କାର୍ଯ୍ୟକ୍ରମ କୁପୋଷଣ ହ୍ରାସ କରିବା, ସ୍ବାସ୍ଥ୍ୟ ସ୍ଥିତିରେ ଉନ୍ନତି ଆଣିବା ଏବଂ ଆନୁଷ୍ଠାନିକ ସ୍କୁଲ ଶିକ୍ଷା ପାଇଁ ପିଲାମାନଙ୍କୁ ପ୍ରସ୍ତୁତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ତେଣୁ ଏକ ସୁସ୍ଥ, ଶିକ୍ଷିତ ଏବଂ ଉତ୍ପାଦନକ୍ଷମ ସମାଜ ଗଠନ ପାଇଁ ICDSର ପ୍ରଭାବଶାଳୀ କାର୍ଯ୍ୟାନ୍ବୟାନ ଅତ୍ୟନ୍ତ ଜରୁରୀ ବୋଲି ଆଲୋଚନାରେ ଅଂଶଗ୍ରହଣ କରି ବକ୍ତାମାନେ କହିଥିଲେ। ବରିଷ୍ଠ ପ୍ରାଧ୍ୟାପକ ହର ପ୍ରସାଦ ଶତପଥୀ, ପ୍ରଶାନ୍ତ କୁମାର ରଥ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅଧ୍ୟାପିକା ସୁନିତା ରାଣୀ ଖଣ୍ଡୁଆଳ, ଅଧ୍ୟାପକ ଆର ହରିଶ କୁମାର, ଦିଗନ୍ତ ଜେନା ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ସ୍ମୃତିଲେଖା ଗୌଡ଼ ଧନ୍ୟବାଦ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବିଭାଗୀୟ ଛାତ୍ରୀଛାତ୍ର ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ପତ୍ର ନେବା ପାଇଁ କୋର୍ଟକୁ ଆସିଥିଲେ ସ୍ତ୍ରୀ, ରାସ୍ତା ମଝିରେ ସ୍ବାମୀଙ୍କ ମାଡ଼ରେ ହେଲେ ଲହୁଲୁହାଣ, ଆଉ ତା’ ପରେ…

ବାଲେଶ୍ୱର,୧୮ା୩(ବାଞ୍ଛାନିଧି ଦେ): ରାସ୍ତା ମଝିରେ ସ୍ତ୍ରୀଙ୍କୁ ମାରି ଲହୁଲୁହାଣ କରିଦେଇଛନ୍ତି ସ୍ବାମୀ। ବିବାହ ବିଚ୍ଛେଦ ପାଇଁ ଫ୍ୟାମିଲି କୋର୍ଟକୁ ଆସିଥିଲେ ସ୍ତ୍ରୀ। ମାତ୍ର ଘରକୁ ଯିବା ରାସ୍ତାରେ…

ଟେନସନ୍ ଶେଷ! କମର୍ସିଆଲ ଗ୍ୟାସ ସିଲିଣ୍ଡର ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଏହି ରାଜ୍ୟକୁ ମିଳିବ…

ନୂଆଦିଲ୍ଲୀ,୧୮।୩; ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଦେଶରେ LPG ଏବଂ ତେଲ ସଙ୍କଟ ଦେଖାଯାଇଛି । ଏହାରି ଭିତରେ ସରକାର ଆଜି ବଡ଼ ନିଷ୍ପତ୍ତି ନେଇଛନ୍ତି । ସରକାର ସ୍ପଷ୍ଟ…

ଏସ୍‌-ପୂଜାରୀପୁଟରେ ପୁସିଂ ବ୍ରିଜ୍‌ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୧୮ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ଦେଇ ଯାଇଥିବା କେ.କେ ରେଳପଥର ସାଉନି ପୂଜାରୀପୁଟ ଗ୍ରାମ ନିକଟ ପୋଲ ନଂ ୧୫୬/୦୬ ଓ ୧୫୬/୦୮ ନିକଟରେ ଏକ ପୁସିଂ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri