ଗୋରୁ ବୋଝେଇ ଗାଡ଼ି ଛାଡି ଚମ୍ପଟ ମାରିଲେ ଅଭିଯୁକ୍ତ

କେନ୍ଦୁଝର,୨୫।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ-କାଞ୍ଜିପାଣି ମୁଖ୍ୟ ରାସ୍ତା ଦେଇ ବେଆଇନ ଭାବେ ଗୋରୁ ଚାଲାଣ ଦିନିକୁ ଦିନ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ତେଲକୋଇ ବଜରଙ୍ଗ ଦଳ ପକ୍ଷରୁ ଏକ ଗୋରୁ ବୋଝେଇ ଗାଡ଼ିକୁ ଜବତ କରାଯାଇଛି । ଜବତ ଗାଡ଼ିରୁ ୮ ଗୋରୁଙ୍କୁ ଉଦ୍ଧାର କରାଯାଇଛି। ଗାଡ଼ି ଚାଳକଙ୍କ ସହ ଗୋରୁ ଚାଲାଣରେ ସମ୍ପୃକ୍ତ କେତେଜଣ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଖବର ପାଇ କାଞ୍ଜିପାଣି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଓଡ଼ି୧୧ଡବ୍ଲୁ- ୦୭୮୪ ନମ୍ବର ବିଶିଷ୍ଟ ଏକ ପିକ୍‌ଅପ୍‌ ଭ୍ୟାନରେ ଗୋରୁ ବୋଝେଇ ହୋଇ ତେଲକୋଇ ଦେଇ ଚାଲାଣ ହେଉଥିବା ତେଲକୋଇ ବଜରଙ୍ଗ ଦଳର କର୍ମୀଙ୍କୁ ଖବର ମିଳିଥିଲା। ଏନେଇ ବଜରଙ୍ଗ ଦଳର କର୍ମକର୍ତ୍ତା ଗାଡିକୁ ପିଛା କରିଥିଲେ। ଏହା ସହିତ କାଞ୍ଜିପାଣି ଥାନାକୁ ଖବର ଦେଇଥିଲେ। ହେଲେ ଗୋରୁ ମାଫିଆ ଧରାପଡ଼ିବା ଭୟରେ କାଞ୍ଜିପାଣି ଥାନା ପୂର୍ବରୁ ଗାଡ଼ିକୁ ରାସ୍ତା କଡ଼ରେ ଛିଡ଼ା କରି ଚମ୍ପଟ ମାରିଥିଲେ। ପିଛା କରୁଥିବା ବଜରଙ୍ଗ ଦଳର କର୍ମୀମାନେ ଗୋରୁଙ୍କୁ ଉଦ୍ଧାର କରି କାଞ୍ଜିପାଣି ଥାନା ଜିମା ଦେଇଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୮୩/୨୩) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri