ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ ରୋକ୍‌ ଲଗାଇଛି ତହସିଲ ଓ ପୌର ପ୍ରଶାସନ। ଭାଜପା ଦଳର ନେତାଙ୍କ ଚାପରେ ଏଭଳି ନିର୍ଦ୍ଦେଶ ଦିଆଯାଇଥିବା ଅଭିଯୋଗ କରିଛି ଜିଲା କଂଗ୍ରେସ କମିଟି। ଏ ନେଇ ବୁଧବାର ସ୍ଥାନୀୟ ପ୍ରଦିକ୍ଷଣ ଗୃହରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକା।

ସେ କହିଥିଲେ, ପୂର୍ବତନ ମନ୍ତ୍ରୀ ରାମଚନ୍ଦ୍ର ଉଲାକା ୧୯୬୨ରୁ ୧୯୭୨ ଦୁଇ ଥର କୋରାପୁଟ ଲୋକ ସଭାରୁ ସଦସ୍ୟ ହେବା ସହିତ ୭ଥର ବିଧାୟକ ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଗୁରୁତ୍ୱର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ ଅବିଭକ୍ତ କୋରାପୁଟ ଜିଲାରେ ଶିକ୍ଷା, ଗମନାଗମନ ଓ ସ୍ବାସ୍ଥ୍ୟ ସେବାରେ ସୁଧାର ଆସିଥିଲା । ଏଭଳିକି ଅନୁସୂଚିତ ଜନଜାତି ଓ ଅନସୂଚିତ ଜାତିର ବିକାଶରେ ରାମଚନ୍ଦ୍ର ଉଲାକାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହାବ୍ୟତୀତ ପ୍ରତିମୂର୍ତ୍ତି ସ୍ଥାପନା ପାଇଁ ପୌର ପରିଷଦ କାଉନସିଲ ବୈଠକରେ ଗତ ମେ ୮ ତାରିଖରେ ଅନୁମତି ଗୃହୀତ ହୋଇ ରିଜ୍ୟୁଲେସନ କରାଯିବା ସହିତ ସମସ୍ତ ବିଭାଗର ଅନୁମତି ପୂର୍ବରୁ ନିଆଯାଇଛି । ଏହାସତ୍ତ୍ୱେ ଯଦି ଭାଜପା ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ସ୍ଥାପନାକୁ ବିରୋଧ କରିବ ଏବଂ ସେହି ସମୟରେ ଯେଉଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ ଭାଜପା ଦାୟୀ ରହିବ ବୋଲି ବିଧାୟକ କାଡ୍ରାକା କହିଛନ୍ତି। ସେହିଭଳି କଂଗ୍ରେସ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ପ୍ରତି କେବେ ଅଣଦେଖା କରିନାହିଁ। ବରଂ ତାଙ୍କ ପ୍ରତିମୂର୍ତ୍ତି ପାଇଁ ରାୟଗଡ଼ାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ଥିବା ସ୍ଥାନରେ ସ୍ଥାପନା ପାଇଁ ଅନୁରୋଧ କରାଯାଇଛି ବୋଲି ବିଧାୟକ କାଡ୍ରାକା କହିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପିସିସି ସମ୍ପାଦକ ଦୁର୍ଗା ପ୍ରସାଦ ପଣ୍ଡା, କଂଗ୍ରେସ ନେତା ଶଙ୍କର୍ଷଣ ମଙ୍ଗରାଜ, କାଉନସିଲର ରାଜୀବ ଖୋସଲାଙ୍କ ସମେତ ଯୁବ ନେତା ହରିଶ ପଟ୍ଟନାୟକ, ଅସଲାମ୍‌ ଖାନ୍‌, ବାଦଲ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏ ସମ୍ପର୍କରେ ଭାଜପାର ବରିଷ୍ଠ ନେତା କାଳୀରାମ ମାଝି କହିଛନ୍ତି, ବିର୍ସା ମୁଣ୍ଡାଙ୍କ ପ୍ରତିମର୍ତ୍ତି ପାଇଁ ଚିହ୍ନଟ ଜାଗାରେ କଂଗ୍ରେସ କାହିଁକି ତାଙ୍କ ଦଳର ନେତାଙ୍କ ପ୍ରତିମୂର୍ତ୍ତି ସ୍ଥାପନା କରୁଛି। ଯଦି କଂଗ୍ରେସ ଏଭଳି କରେ ତେବେ ଭାଜପା ଏହାକୁ ବିରୋଧ କରିବ ବୋଲି କାଳୀରାମ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri