ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଗୁରୁତର

ବଲାଙ୍ଗୀର, ୧୫।୧୨: (ସୁନିଲ ମହାନ୍ତି) ବଲାଙ୍ଗୀର ସହର ଉପକଣ୍ଠ ପଥରଚେପା ଠାରେ ଶନିବାର ରାତିରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ ରୁ ୪ ଜଣ ଗୁରୁତର ହୋଇଛନ୍ତି । ଏହି ସଂଘର୍ଷରେ ଏକ ଘର ଜଳି ଯାଇଛି । ସମସ୍ତ ଗୁରୁତରଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଛି। ଗୁରୁତରଙ୍କ ମଧ୍ୟରେ ଅତି ଗୁରୁତର ଜଣକୁ ଡାକ୍ତର ତୁରନ୍ତ ବୁର୍ଲା ଭିମସାର ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଛନ୍ତି ।
ମିଳିଥିବା ସୂଚନା ମୁତାବକ ଶନିବାର ସାରେ କୌଣସି ଏକ କଥାକୁ କେନ୍ଦ୍ରକରି ପଥରଚେପାର ଜଗଦଲା ଓ ମିର୍ଦ୍ଧା ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଥିଲା । ଏଥିରେ ଅଜିତ ମିର୍ଦ୍ଧା (୧୯), ରମାକାନ୍ତ ମିର୍ଦ୍ଧା (୨୦), ହୀରାଲାଲ ଜଗଦଲା (୪୨), ମମତା ଜଗଦଲା (୪୦) ଗୁରୁତର ଆହତ ହୋଇଥିଲେ । ଏହି ଗଣ୍ଡଗୋଳରେ ସୁନୀଲ ଜଗଦଲା (୧୨) ମଧ୍ୟ ଆହତ ହୋଇଛନ୍ତି । ଜଳିଯାଇଥିବା ଘରଟି ହୀରାଲାଲ ଜଗଦଲାଙ୍କ ବୋଲି ଜଣାପଡିଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ସେଠାରେ ପହଞ୍ଚି ନିଆଁ ଆୟତ୍ତ କରିଥିଲେ । ଉକ୍ତ ଘରେ କିଏ ନିଆଁ ଲଗାଇଲା ଏବଂ କେଉଁ ନିର୍ଦ୍ଦିଷ୍ଟ କାରଣରୁ ଉଭୟ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଲା ତାହା ଜଣାପଡିନାହିଁ । ବଲାଙ୍ଗୀର ସଦର ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri