ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଗୁରୁତର

ବଲାଙ୍ଗୀର, ୧୫।୧୨: (ସୁନିଲ ମହାନ୍ତି) ବଲାଙ୍ଗୀର ସହର ଉପକଣ୍ଠ ପଥରଚେପା ଠାରେ ଶନିବାର ରାତିରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ ରୁ ୪ ଜଣ ଗୁରୁତର ହୋଇଛନ୍ତି । ଏହି ସଂଘର୍ଷରେ ଏକ ଘର ଜଳି ଯାଇଛି । ସମସ୍ତ ଗୁରୁତରଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ନିଆଯାଇଛି। ଗୁରୁତରଙ୍କ ମଧ୍ୟରେ ଅତି ଗୁରୁତର ଜଣକୁ ଡାକ୍ତର ତୁରନ୍ତ ବୁର୍ଲା ଭିମସାର ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଛନ୍ତି ।
ମିଳିଥିବା ସୂଚନା ମୁତାବକ ଶନିବାର ସାରେ କୌଣସି ଏକ କଥାକୁ କେନ୍ଦ୍ରକରି ପଥରଚେପାର ଜଗଦଲା ଓ ମିର୍ଦ୍ଧା ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଥିଲା । ଏଥିରେ ଅଜିତ ମିର୍ଦ୍ଧା (୧୯), ରମାକାନ୍ତ ମିର୍ଦ୍ଧା (୨୦), ହୀରାଲାଲ ଜଗଦଲା (୪୨), ମମତା ଜଗଦଲା (୪୦) ଗୁରୁତର ଆହତ ହୋଇଥିଲେ । ଏହି ଗଣ୍ଡଗୋଳରେ ସୁନୀଲ ଜଗଦଲା (୧୨) ମଧ୍ୟ ଆହତ ହୋଇଛନ୍ତି । ଜଳିଯାଇଥିବା ଘରଟି ହୀରାଲାଲ ଜଗଦଲାଙ୍କ ବୋଲି ଜଣାପଡିଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ସେଠାରେ ପହଞ୍ଚି ନିଆଁ ଆୟତ୍ତ କରିଥିଲେ । ଉକ୍ତ ଘରେ କିଏ ନିଆଁ ଲଗାଇଲା ଏବଂ କେଉଁ ନିର୍ଦ୍ଦିଷ୍ଟ କାରଣରୁ ଉଭୟ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଲା ତାହା ଜଣାପଡିନାହିଁ । ବଲାଙ୍ଗୀର ସଦର ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri