୨ ବର୍ଷ ପରେ ତୁଟିଲା ବିବାଦ, ନିର୍ମାଣ ହେବ ଅଙ୍ଗନୱାଡ଼ି ଗୃହ

ଲାଠୋର,୨୬।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଝର ପଞ୍ଚାୟତ ସାନଗୁର୍ଜିଭଟା ଗ୍ରାମରେ ଅଙ୍ଗନୱାଡ଼ି କେନ୍ଦ୍ର ଗୃହ ନିର୍ମାଣକୁ ନେଇ ୨ ବର୍ଷ ହେଲା ବିବାଦ ଲାଗି ରହିଥିଲା। ଏହି ବିବାଦ ରବିବାର ଅନ୍ତ ଘଟିଛି। ଅଙ୍ଗନୱାଡ଼ି କେନ୍ଦ୍ର ଗୃହ ନିର୍ମାଣ ପାଇଁ ଗ୍ରାମବାସୀ ନିଷ୍ପତ୍ତି ନେଇଥିବା ୱାର୍ଡ଼ସଭ୍ୟ ସୂଚନା ଦେଇଛନ୍ତି।

ଗାଁରେ ରହିଥିବା ଅଙ୍ଗନଓ୍ବାଡି ଗୃହ ବିପଦସଙ୍କୁଳ ଅବସ୍ଥାରେ ଥିବା ଯୋଗୁ ୨ ବର୍ଷ ତଳେ ବ୍ୟବହାର ଉପଯୋଗୀ ନୁହେଁ ବୋଲି ଘୋଷଣା କରାଯାଇଥିଲା। ଫଳରେ ପିଲାଙ୍କ ପ୍ରି-ସ୍କୁଲ କାର୍ଯ୍ୟକ୍ରମ ପ୍ରଭାବିତ ହେଉଥିଲା। ଏହାକୁ ଦୃଷ୍ଟିରେ ରଖି ସେଠାରେ ଏକ ନୂତନ ଗୃହ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ବାରମ୍ବାର ଚେଷ୍ଟା କରାଯାଇଥିଲା। ହେଳେ ସରକାରୀ ଜମିର ଅଭାବ ହେତୁ ଗୃହ ନିର୍ମାଣ ହୋଇପାରୁ ନ ଥିଲା।

ଏପରି କି କେନ୍ଦ୍ରକୁ ଲାଗି ଯେଉଁ ସରକାରୀ ଜମି ରହିଥିଲା ତାହାକୁ ଗ୍ରାମର ଜଣେ ବ୍ୟକ୍ତି ଦଖଲ କରି ରଖିଲେ। ରବିବାର ୱାର୍ଡ଼ସଭ୍ୟ ସସ୍ମିତା କୁଅଁରଙ୍କ ଅଧ୍ୟକ୍ଷତାରେ ଗଁାରେ ଏକ ବୈଠକ ହୋଇଥିଲା। ବୈଠକରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଲାଠୋର କ୍ଷେତ୍ର ପରିଦର୍ଶିକା ଅଞ୍ଜଳି ମିଶ୍ର, ଅଙ୍ଗନୱାଡ଼ି କର୍ମୀ ସନ୍ଧ୍ୟାରାଣୀ ଗିରି, ଯାଞ୍ଚ କମିଟି କର୍ମକର୍ତ୍ତା, ମାତୃ କମିଟି ସଦସ୍ୟା, ବିଭିନ୍ନ ଏସ୍‌ଏଚ୍‌ଜି ସଦସ୍ୟା ଏବଂ ଗ୍ରାମର ଯୁବକ ଅଶୋକ କୁମୁରା, ସୁରେଶ କୁମୁରା, ଶିବଚରଣ ସୂର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଉପସ୍ଥିତ ଗ୍ରାମବାସୀଙ୍କ ସହମତି କ୍ରମେ ଜଳଯୋଗାଣ ପମ୍ପ ହାଉସ୍‌ ନିକଟରେ ଅଙ୍ଗନୱାଡ଼ି ଗୃହ ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏପରି କି ଗ୍ରାମବାସୀଙ୍କ ଦସ୍ତଖତ ଥିବା ଏକ ରେଜୁଲେସନ ପ୍ରସ୍ତୁତ କରି ଖପ୍ରାଖୋଲ ସିଡ଼ିପିଓଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri