Posted inଖେଳ

କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ

ନୂଆଦିଲ୍ଲୀ, ୫ା୭ (ପି.ଟି.)-ଭାରତର କ୍ରିକେଟ ଅଧିନାୟକ ବିରାଟ କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଛନ୍ତି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା। ଏହାର ସତ୍ୟତା ନେଇ ଯାଞ୍ଚ ଚାଲିଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏଥିକ୍ସ ଅଫିସର ଡି.କେ. ଜୈନ ପ୍ରକାଶ କରିଛନ୍ତି। ସଞ୍ଜୀବ ଅତୀତରେ ମଧ୍ୟ ଅନ୍ୟ କେତେଜଣ କ୍ରିକେଟରଙ୍କ ବିରୋଧରେ ସମାନ ଅଭିଯୋଗ ଆଣିଥିଲେ। ସେ ସବୁ ଯୁକ୍ତିହୀନ ଅବା ଅଯଥା ବୋଲି ପ୍ରମାଣିତ ହୋଇଥିଲା। ବିସିସିଆଇର ସମ୍ବିଧାନ ଅନୁସାରେ ଜଣେ ବ୍ୟକ୍ତି ଦୁଇଟି ପଦବୀରେ ରହିପାରିବେ ନାହିଁ। କୋହଲି ଭାରତୀୟ କ୍ରିକେଟ ଦଳର ଅଧିନାୟକ ରହିଛନ୍ତି। ଏହାଛଡ଼ା କର୍ନରଷ୍ଟୋନ୍‌ ଭେଞ୍ଚର ପାର୍ଟନର୍ସ ଏଲ୍‌ଏଲ୍‌ପି ଏବଂ ବିରାଟ କୋହଲି ସ୍ପୋଟର୍‌ସ ଏଲ୍‌ଏଲ୍‌ପି ନାମକ ସଂସ୍ଥାର ଅନ୍ୟତମ ନିର୍ଦ୍ଦେଶକ ରହିଛନ୍ତି। ତାଙ୍କ ସହ ନିର୍ଦ୍ଦେଶକ ଥିବା ଅମିତ୍‌ ଅରୁଣ ସାଜ୍‌ଦେ (ଭାରତୀୟ କ୍ରିକେଟ ସର୍କଲରେ ବଣ୍ଟି ସାଜ୍‌ଦେ ଭାବେ ଜଣାଶୁଣା) ଏବଂ ବିନୟ ଭାରତ ଖିମ୍‌ଜୀ ଟ୍ୟାଲେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀ କର୍ନରଷ୍ଟୋନ୍‌ ସ୍ପୋଟର୍‌ସ ଏବଂ ଏଣ୍ଟରଟେନ୍‌ମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ସହିତ ସମ୍ପୃକ୍ତ ଥିବାରୁ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ସୃଷ୍ଟି ହେଉଛି ବୋଲି ଗୁପ୍ତା ଦର୍ଶାଇଛନ୍ତି। କୋହଲିଙ୍କର କିନ୍ତୁ କର୍ନରଷ୍ଟୋନ୍‌ ସ୍ପୋଟର୍‌ସ କିମ୍ବା ଏଣ୍ଟରଟେନମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ସହିତ କୌଣସି ସମ୍ପର୍କ ନାହିଁ। କମ୍ପାନୀ ଭାରତୀୟ ଅଧିନାୟକଙ୍କ ବ୍ୟତୀତ କେ.ଏଲ୍‌. ରାହୁଲ, ଋଷଭ ପନ୍ତ୍‌, ରବୀନ୍ଦ୍ର ଜାଡେଜା, ଉମେଶ ଯାଦବ ଏବଂ କୁଲଦୀପ ଯାଦବଙ୍କ ଭଳି କେତେଜଣ କ୍ରିକେଟଙ୍କୁ ବ୍ୟବସାୟିକ ସ୍ବାର୍ଥ ପାଇଁ ବ୍ୟବହାର କରୁଛି। ଜୈନ ଏହା ପୂର୍ବରୁ ରାହୁଲ ଡ୍ରାଭିଡ, ସୌରଭ ଗାଙ୍ଗୁଲି,ଭି.ଭି.ଏସ୍‌ ଲକ୍ଷ୍ମଣ ଏବଂ କପିଳ ଦେବଙ୍କ ଭଳି ମହାନ କ୍ରିକେଟରଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଥିଲେ। ଅଭିଯୋଗର ଯାଞ୍ଚ ପୂର୍ବରୁ ଏହି ସମସ୍ତ କ୍ରିକେଟରଙ୍କୁ ଗୋଟିଏ ପଦବୀ ଇସ୍ତଫା ଦେବାକୁ ପଡ଼ିଥିଲା। ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କିନ୍ତୁ ପୂର୍ବରୁ କହିସାରିଛନ୍ତି ଯେ, ଲୋଧା କମିଟି ଦ୍ୱାରା ଯେଉଁ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ନିୟମ କରାଯାଇଛି ତାହା ଅବାସ୍ତବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri